ପୁରୀ ୦୫/୧୦: ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ବନକଲାଗି ଦେଢ଼ ମାସ ବନ୍ଦ ରହିବା ପରେ ଗୁରୁବାର ଅନୁଷ୍ଠିତ ହେବ। ଗୁରୁବାର ଆଶ୍ବିନ-କୃଷ୍ଣ ଷଷ୍ଠୀ ତିଥିରେ ବନକଲାଗି ନୀତି ଅନୁଷ୍ଠିତ ହେବ ବୋଲି ଚୂଡ଼ାନ୍ତ ହୋଇଛି। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ଆଜି ସ୍ପଷ୍ଟ କରିଛି। ନୀଳାଦ୍ରି ବିଜେ ପରେ ବନକଲାଗିକୁ ନେଇ ବିବାଦ ଦେଖା ଦେଇଥିଲା। ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିଥାଏ । ଦତ୍ତମହାପାତ୍ରମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ବନକଲାଗି ନୀତି ଲାଗି ଅପରାହ୍ଣ ୫ଟାରୁ ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ଭୂମିକା ରହିଥାଏ । ବନକଲାଗି ପରେ ମହାସ୍ନାନ ହୋଇ ଦର୍ଶନ ସ୍ୱାଭାବିକ ଚାଲିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |