ଭୁବନେଶ୍ୱର,୬।୧୦:ମଙ୍ଗଳବାର ବିଳମ୍ବିତ ରାତିରେ ବାଦଲଫଟା ବର୍ଷା ଯୋଗୁଁ ସିକିମରେ ପ୍ରଳୟଙ୍କରୀ ବନ୍ୟା ଆସିଥିଲା। ସିଙ୍ଗତାମ ନିକଟରେ ଉଦ୍ଧାରକାର୍ଯ୍ୟ ବେଳେ ତିସ୍ତା ନଦୀ ନିକଟରେ ଥିବା ବହୁ ସେନା ଗାଡ଼ି ଭାସିଯାଇଥିଲା। ସିକିମ ବନ୍ୟାରେ ସହିଦ ହୋଇଥିବା ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ଆଜି ଓଡ଼ିଶାରେ ପହଞ୍ଚିବ । ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସରୋଜଙ୍କ ପାର୍ଥିବ ଶରୀର ସିକିମରୁ ପ୍ରଥମେ ସିଧା ଭୁବନେଶ୍ୱର ଅଣାଯାଇ ତା’ପରେ ତାଙ୍କ ଜନ୍ମଭୂମି କାମାକ୍ଷାନଗରର କେନ୍ଦୁଢିପକୁ ଅଣାଯିବ । ସେଠାରୁ ସହିଦଙ୍କ ପାର୍ଥିବ ଶରୀରକୁ ବିରାଟ ଶୋଭାଯାତ୍ରରେ ନିଜ ଗାଁକୁ ନିଆଯିବ। ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ତାଙ୍କ ଗାଁରେ ଶେଷକୃତ୍ୟ ସଂପନ୍ନ କରାଯିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।ସୂଚନା ଅନୁସାରେ ଗାଁରେ ତାଙ୍କର ପାର୍ଥିବ ଶରୀରକୁ ନେଇ ଏକ ଶୋଭାଯାତ୍ରା କରାଯିବ । ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ତାଙ୍କ ଗାଁରେ ଶେଷକୃତ୍ୟ ସଂପନ୍ନକରାଯିବ । ଭୟଙ୍କର ଫ୍ଲାସ ଫ୍ଲଡରେ ସରୋଜ ସହିଦ ହୋଇଥିବା କଥା ଗତକାଲି ଅପରାହ୍ନ ୨ଟା ବେଳେ ତାଙ୍କ ପରିବାରକୁ ସେନା ପକ୍ଷରୁ ଖବର ଦିଆଯାଇଥିଲା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |