ଭୁବନେଶ୍ୱରରେ ସହିଦ ସରୋଜଙ୍କ ପାର୍ଥିବ ଶରୀର, ଦିଆଗଲା ଗାର୍ଡ ଅଫ୍‌ ଅନର

 ଭୁବନେଶ୍ୱର,୭/୧୦:ସିକ୍କିମ ବନ୍ୟାରେ ସହିଦ ହୋଇଥିବା ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱରରେ ପହଞ୍ଚିଛି। ଭୁବନେଶ୍ୱର ବିମାନ ବନ୍ଦରରେ ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ସେଠାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାପରେ ମରଶରୀର ସହିଦ ସରୋଜ କୁମାର ଦାସଙ୍କ ଜନ୍ମମାଟିକୁ ଯିବା ପରେ ସେଠାରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ଶେଷକୃତ୍ୟ ସମ୍ପନ୍ନ କରାଯିବ । ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ସହିଦ ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଢେଙ୍କାନାଳ ସାଂସଦ ମହେଶ ସାହୁ, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପୁଲିସ୍‌ ଆଇଜି, ବିଏସଫ ଆଇଜି ପ୍ରମୁଖ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ଶେଷ ସମ୍ମାନ ଜଣାଇଛନ୍ତି । ପୁଅର ପାର୍ଥିବ ଶରୀରକୁ ଗାଁକୁ ନେବା ନିମନ୍ତେ ସରୋଜଙ୍କ ବାପା, ଭାଇ ଭୁବନେଶ୍ୱର ଆସିଥିବା ବେଳେ ସେମାନେ ନିଜ କୋହ ସମ୍ଭାଳି ପାରୁ ନାହାନ୍ତି।  ଗତକାଲି ସହିଦ ସରୋଜଙ୍କ ପାର୍ଥିବ ଶରୀର ଓଡ଼ିଶାର ଆସିବାର ଥିଲା। କିନ୍ତୁ କୌଣସି କାରଣବଃଶତ ପାର୍ଥିବ ଶରୀର ଗତକାଲି ପହଞ୍ଚି ପାରି ନ ଥିବା ବେଳେ ଆଜି ଭୁବନେଶ୍ୱରରେ ପହଞ୍ଚିଛି। ସରୋଜ ୨୦୧୨ରେ ସେନାରେ ଯୋଗ ଦେଇଥିବା ବେଳେ ହାବିଲଦାର ଭାବେ ସିକିମରେ ଟ୍ରେନିଂ ନେଉଥିଲେ। ଗତ ମଙ୍ଗଳବାର ବିଳମ୍ବିତ ରାତିରେ ସରୋଜ କ୍ୟାମ୍ପକୁ ଫେରୁଥିବା ବେଳେ ବନ୍ୟାରେ ଭାସିଯାଇଥିଲେ । ୭ ମାସ ତଳେ ବିବାହ କରିଥିବା ସରୋଜ ଶେଷଥର ପାଇଁ ମାସେ ତଳେ ରାକ୍ଷୀ ପୂର୍ଣ୍ଣିମାକୁ ରାକ୍ଷୀ ବାନ୍ଧିବାକୁ ଆସିଥିଲେ ସରୋଜ। ଭଉଣୀ ହାତରେ ରାକ୍ଷୀ ବାନ୍ଧି ସେପ୍ଟେମ୍ବର ମାସ ୪ତାରିଖ ଦିନ ଘରୁ ଫେରିଯାଇ ସିକିମରେ ସେନାରେ ଯୋଗ ଦେଇଥିଲେ। ଏହାପରେ ତାଙ୍କ ମୃତ୍ୟୁ ଖବର ପହଞ୍ଚିବା ପରେ ପରିବାରରେ ଶୋକର ଛାୟା ଖେଳି ଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!