ବାଦାମବାଡ଼ିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ

ଭୁବନେଶ୍ୱର,୮ା୧୦ :ବଦଳିଯାଇଛି  ବାଦାମବାଡ଼ିର ନିଜର ଠିକଣା । ସମ୍ପୂର୍ଣ୍ଣ ନୀରବ ହୋଇଯାଇଛି କଟକର ବାଦାମବାଡ଼ି ବସ୍ ଷ୍ଟାଣ୍ଡ । ବାଦାମବାଡ଼ିରେ ବସ୍ ଷ୍ଟାଣ୍ଡ ଆଜି ଖୋଜୁଛି ନୂଆ ପରିଚୟ ।ବିଶିଷ୍ଟ ସଂଗ୍ରାମୀ, ସମାଜବାଦୀ ନେତା ସ୍ବର୍ଗତଃ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ-ଅନୁଗୋଳ ବସ୍‌ଷ୍ଟାଣ୍ଡ ବାଦାମବାଡ଼ିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦ କୋଟି ୫୮ ଲକ୍ଷ ୩୧ ହଜାର ୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି।୫-ଟି ସଚିବ ଭିକେ ପାଣ୍ଡିଆନଙ୍କ କଟକ ଗସ୍ତ ସମୟରେ କଟକରେ ସ୍ବର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ କଟକବାସୀଙ୍କ ମତାମତକୁ ଗ୍ରହଣ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।ଏହି ଲାଇବ୍ରେରୀରେ ଏକ ବଡ଼ ରିଡିଂ ହଲ୍‌ ମଧ୍ୟ ରହିବ। ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଛାତ୍ରୀଛାତ୍ର ସେଠାରେ ପ୍ରସ୍ତୁତି କରି ପାରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!