କଟକରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ କରାଯିବନି ଗ୍ରାଉଣ୍ଡ ରେଣ୍ଟ ଆଦାୟ

ଭୁବନେଶ୍ୱର,୮ା୧୦ : ଚଳିତବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।   ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।ଏହା ଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି। ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ କଟକ ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ। ଏହା ଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ । ଚଳିତ ବର୍ଷ ଆଗାମୀ ଦିନରେ ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି। ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ କଟକ ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!