ଭୁବନେଶ୍ୱର,୧୦।୧୦:ଆଜି ୧୨ ଘଣ୍ଟିଆ ଡୁଙ୍ଗୁରିପାଲି ବନ୍ଦ। ୨୬ନମ୍ବର ଜାତୀୟ ରାଜପଥ ମରାମତି ଦାବିରେ ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ସକାଳ ୬ ଟାରୁ ସନ୍ଧ୍ୟା ୬ ଘଣ୍ଟା ପର୍ଯ୍ୟନ୍ତ ଏହି ବନ୍ଦପାଳନ କରାଯାଉଛି। ଏହି ବନ୍ଦ ପାଳନରେ ଜରୁରୀ ସେବାକୁ ବାଦଦେଇ ସହରର ଦୋକାନ ବଜାର,ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ଭାବରେ ବନ୍ଦ କରାଯାଇଛି। ଦୀର୍ଘ ୩ ବର୍ଷ ହେଲା ଡୁଙ୍ଗୁରିପାଲି ବ୍ଲକ ଚେରୁପାଳୀରୁ ଚିନାଯୁରୀ ପର୍ଯ୍ୟନ୍ତ ୧୨ କିଲୋମିଟର ରାସ୍ତା ମରଣଯନ୍ତା ପାଲଟିଛି। ବଡ଼ବଡ଼ ଖାଳଖମା ସୃଷ୍ଟି ହୋଇଥିବାରୁ ଦୁର୍ଘଟଣା ଘଟି ଅନେକ ଲୋକଙ୍କ ମୃତ୍ୟୁ ଘଟିଛି।ଏନେଇ ବାରମ୍ବାର ଜିଲ୍ଲା ପ୍ରଶାସନ ପାଖରେ ଅଭିଯୋଗ କଲାପରେ ବି କୌଣସି ସୁଫଳ ମିଳିନାହିଁ। ଯେଉଁଥିପାଇଁ ଗତକାଲି ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |