ଭକ୍ତଙ୍କୁ ଅଶାଳୀନ ପୋଷାକ ମନା: ଜାନୁୟାରୀ ୧ ତାରିଖରୁ କଡାକଡି ଭାବେ ଲାଗୁ

ପୁରୀ,୧୦।୧୦:‌ ଶ୍ରୀମନ୍ଦିରରେ ଭକ୍ତଙ୍କ ପୋଷାକ ପରିଧାନରେ ଆସିବ ଶାଳୀନତା। ଶ୍ରୀମନ୍ଦିରରେ ଅଶ୍ଳୀଳତାକୁ କୌଣସି ପରିସ୍ଥିତିରେ ପ୍ରଶ୍ରୟ ଦିଆଯିବନାହିଁ। ହାଫ୍ ପ୍ୟାଣ୍ଟ, ଚିରାଫଟା ପୋଷାକ, ମିନି ଡ୍ରେସ୍‌ ଆଦି ପିନ୍ଧି କେହି ଦେଉଳରେ ପ୍ରବେଶ କରିପାରିବେ ନାହିଁ। ବରଂ ଭକ୍ତମାନେ ଶାଳୀନତାପୂର୍ବକ ପାରମ୍ପରିକ ପୋଷାକ ପରିଧାନ କରି ଆସିବେ। ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତଙ୍କ ପୋଷାକରେ ଆସିବ ଶାଳୀନତା। ନଚେତ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା। ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ଭିତରକୁ ଯିବେ ଭକ୍ତ। ଏଭଳି ଚେତାବନୀ ଦେଲା ଶ୍ରୀମନ୍ଦିର ପ୍ରଶାସନ। ନୂଆବର୍ଷରୁ ଏହି ନିୟମ କଡାକଡି ଭାବେ ଲାଗୁ କରାଯିବ। ଶ୍ରୀମନ୍ଦିର ପ୍ରଶାସନ ଏନେଇ ସୂଚନା ଦେଇଛି।ଏଥିପାଇଁ ପ୍ରଥମେ ସଚେତନ କରାଯିବ ଓ ପରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହେବ। ଆସନ୍ତାକାଲିଠାରୁ ଏହି ପ୍ରକ୍ରିୟା ଆରମ୍ଭ ହେବ। ନୂଆବର୍ଷ ଅର୍ଥାତ୍‌ ଜାନୁଆରି ପହିଲାରୁ ଏହି ନିୟମ କଡ଼ାକଡ଼ି କରାଯିବ। ଯେଉଁମାନେ ଅମାନ୍ୟ କରିବେ, ସେମାନଙ୍କୁ ଶ୍ରୀମନ୍ଦିର ପ୍ରବେଶ ବାରଣ କରାଯିବ। ଆଜି ଶ୍ରୀମନ୍ଦିର ନୀତି ସବ୍‌କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟେ ଅକ୍ଟୋବର ୨୫ରୁ ବାଳଧୂପ ଓ ରାଇଦାମୋଦର ବେଶ(କାର୍ତ୍ତିକ ବ୍ରତ) ଆରମ୍ଭ ହେଉଥିବାରୁ ସ୍ବତନ୍ତ୍ର ନୀତି ଚୂଡ଼ାନ୍ତ ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!