ଭୁବନେଶ୍ୱର, ୧୦।୧୦ : ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଆରମ୍ଭ ହେଲା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ପ୍ରତି ପଞ୍ଚାୟତ, ପ୍ରତି ଗାଁର ସମସ୍ୟାକୁ ଦୃଷ୍ଟି ଦିଆଯିବ। ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ପ୍ରଥମ ଦିନ ମଙ୍ଗଳବାରରେ କେନ୍ଦୁଝର ଓ ଭଦ୍ରକ ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।ଓଡ଼ିଶାର ପ୍ରତିଟି ଜନସାଧାରଣଙ୍କ ପାଇଁ ନୂଆ ଏକ କାଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିଠାରୁ ଆରମ୍ଭ ହୋଇଛି ‘ଆମ ଓନିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ । ଭଦ୍ରକ ଏବଂ କେଉଁଝର ଜିଲ୍ଲାରେ ଏହି କାର୍ଯ୍ୟକ୍ରମର ମୂଳଦୁଆ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ବିଜେଡି ସୁପ୍ରିମୋ । ଏହି କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ଯୋଗାଇ ଦିଆଯିବ । ଅର୍ଥାତ୍ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ପାଇଁ ସାରା ରାଜ୍ୟରେ ମୋଟ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ ।ଏହି ନୂଆ କାର୍ଯ୍ୟକ୍ରମ ଜରିଆରେ ଓଡ଼ିଆ ସଂସ୍କୃତିର ସୁରକ୍ଷା ସହ ଭିତ୍ତିଭୂମିର ବିକାଶକୁ ଗୁରୁତ୍ୱ ଦିଆଯିବ । ବିଭିନ୍ନ ଗାଁରେ ଦକ୍ଷତା ବିକାଶ କେନ୍ଦ୍ର ଓ ବିଜ୍ଞାନ ପାର୍କ ସ୍ଥାପନ କରାଯିବ । ଏହାସହିତ ଇଣ୍ଟରନେଟ, ୱାର୍କିଂ ହବ୍ ଏବଂ ବ୍ୟାଙ୍କିଙ୍ଗ ସୁବିଧା ଯୋଗାଇ ଦିଆଯିବ । ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ରହିଛି । ବିଶେଷ କରି ପୂଜାସ୍ଥଳର ବିକାଶ ଓ ଐତିହ୍ୟସ୍ଥଳୀର ସଂରକ୍ଷଣ କରିବା ପାଇଁ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |