ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,,୧୧।୧୦ : ଲୋକସେବା ଭବନରେ ମିଶନଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଯୋଜନାରେ ୧୫ ହଜାର ମାଆଙ୍କୁ ସ୍କୁଟର ପ୍ରଦାନ କରାଯାଇଛି । ଏହି ଅବସରରେ ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ‘ଗତି ହିଁ ଶକ୍ତି’ । ସ୍କୁଟର ଯୋଜନା ମାଆଙ୍କ ଗତିକୁ ଶକ୍ତିଶାଳୀ କରିବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନଙ୍କୁ କହିଲେ ଯେ ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଜି ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇ ରହିବ। ମା’ମାନଙ୍କ ସଶକ୍ତିକରଣ କ୍ଷେତ୍ରରେ ଆଜି ଆମେ ଆଉ ଏକ ପାଦ ଆଗକୁ ଆସିଲୁ। ମିଶନ ଶକ୍ତି ମା’ ମାନଙ୍କୁ ସ୍କୁଟର କିଣିବା ପାଇଁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦେଉଛୁ। ସେମାନଙ୍କର ଏହି ଋଣ ବାବଦକୁ ୫୨୮ କୋଟି ଟଙ୍କାର ସୁଧ ରାଜ୍ୟ ସରକାର ଦେବେ। ଏହି ଯୋଜନାରେ ୨ ଲକ୍ଷରୁ ଅଧିକ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନେ ସ୍କୁଟର ପାଇବେ। ଆଜି ଏହି ଯୋଜନାର ଶୁଭାରମ୍ଭରେ ୧୫ ହଜାର ମା’ଙ୍କୁ ସ୍କୁଟର ଦିଆଯାଇଛି।ଓଡ଼ିଶା ପାଇଁ ମାଆମାନେ ଆଣିଛନ୍ତି ନୂଆ ଗତି, ଶକ୍ତି ଓ ପ୍ରଗତୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ମହିଳା ସଶକ୍ତିକରଣରେ ଆଜିର ଦିନ ଗୁରୁତ୍ବପୂର୍ଣ୍ଣ । ମାଆମାନେ ଭଲ କାମ କରୁଛନ୍ତି । ୧୫ ହଜାର ମାଆଙ୍କୁ ସ୍କୁଟର ଦିଆଯାଇଛି । ଆଗାମୀ ଦିନରେ ୨ ଲକ୍ଷ ମାଆ ସ୍କୁଟର ପାଇବେ ।’ ମିଶନଶକ୍ତି ସ୍କୁଟର ଯୋଜନାରେ ୫୨୮ କୋଟି ଟଙ୍କାର ସୁଧ ଋଣ ଛାଡ଼ ହେବ। ଏହି ଯୋଜନା ଅଧିନରେ ସ୍କୁଟର କ୍ରୟ ପାଇଁ ବ୍ୟାଙ୍କ ଋଣ ଉପରେ ସମ୍ପୂର୍ଣ୍ଣ ସୁଧ ରିହାତି ପ୍ରସ୍ତାବ ଦିଆଯାଇଛି । ଦକ୍ଷତା ବୃଦ୍ଧି ତାଲିମ, ଜୀବିକା ପ୍ରୋତ୍ସାହନ ଏବଂ ବଜାର ସଂଯୋଗୀକରଣ ଦିଗରେ ଗୁରୁତ୍ବପୂର୍ଣ୍ଣ ସେବା ଯୋଗାଇ ଦେଉଛନ୍ତି । ରାଜ୍ୟରେ ମହିଳା ସଶକ୍ତିକରଣ ଦିଗରେ ସେମାନଙ୍କର ଅବଦାନକୁ ସୀକୃତି ଦେବା ସହ ସେମାନଙ୍କୁ ନିଜ କାର୍ଯ୍ୟ ତୁଲାଇବାକୁ ଆହୁରି ସୁଗମ କରିବା ପାଇଁ ରାଜ୍ୟ ସରକାର ସ୍କୁଟର କିଣିବା ଉପରେ ଋଣର ସୁଦ୍ଧ ଛାଡ଼ ଘୋଷଣା କରାଯାଇଛି । ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯିବ । ଏଥିପାଇଁ ଚଳିତ ଆର୍ଥିକ ବର୍ଷରେ ୫୦ କୋଟି ଟଙ୍କାର ବଜେଟ ଆବଣ୍ଟନ ପ୍ରସ୍ତାବ ରଖାଯାଇଛି । ମିଶନ ଶକ୍ତି ମା’ଙ୍କୁ ଗତବର୍ଷ ୧୧ ହଜାର କୋଟି ଟଙ୍କାର ଋଣ ଦିଆଯାଇଛି । ୨୫୦ କୋଟିରୁ ଅଧିକ ଟଙ୍କାର ସୁଧ ପ୍ରଦାନ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!