ଆଜିଠୁ ଗଡ଼ିବ ‘ଲକ୍ଷ୍ମୀ’ ବସ୍‌

ମାଲକାନଗିରି୧୨/୧୦: ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅଧିକ ସୁଗମ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଏକ ଐତିହାସିକ ପଦକ୍ଷେପ ‘ଲକ୍ଷ୍ମୀ ଯୋଜନା’‌ରେ ବସ୍‌ ସେବା  ଗୁରୁବାର ଠାରୁ ବିଧିବଦ୍ଧ ଭାବେ ମାଲକାନଗିରିରୁ ଆରମ୍ଭ ହେବ।  ଆଜି ମୁଖ୍ୟମନ୍ତ୍ରୀ ମାଲକାନଗିରିରୁ ଏହି ସେବାର ଶୁଭାରମ୍ଭ କରିବେ। ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ସକାଳ ପ୍ରାୟ ୧୧ଟାରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର୍‌ ଯୋଗେ ଜିଲ୍ଲା ସଦର ଷ୍ଟାଡିୟମ୍‌ ନିକଟ ଅସ୍ଥାୟୀ ହେଲିପ୍ୟାଡ୍‌ରେ ପହଞ୍ଚିବେ। ପରେ ସେଠାରେ ଆୟୋଜିତ ହେବାକୁ ଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ପତାକା ଦେଖାଇ ବସ୍‌ ସେବାକୁ ଶୁଭାରମ୍ଭ କରିବେ। ଏହାସହ ବସ୍‌ଯୋଗେ ଏମ୍‌ଭି ୩କୁ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟ‌ରେ ପହଞ୍ଚିଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ବିଭିନ୍ନ ସ୍ଥାନରେ ପୁଲିସର ପାଟ୍ରୋଲିଂକୁ ବଢ଼ାଇ ଦିଆଯାଇଛି। ଏହି ଯୋଜନାର ସଠିକ୍‌ କାର୍ଯ୍ୟକାରୀ ପାଇଁ ସମସ୍ତ ବସ୍‌ଗୁଡ଼ିକୁ ପ୍ରସ୍ତୁତ କରାଯାଇଥିବା ସହ ଏହାର ରୁଟ୍‌ ତଥା ଗତିପଥଗୁଡ଼ିକୁ ନିର୍ଦ୍ଧାରିତ କରାଯାଇଛି। ‘ଲକ୍ଷ୍ମୀ’ ବସ୍‌ ନିମନ୍ତେ ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ବସ୍‌ ଷ୍ଟପ୍‌ମାନ ନିର୍ମାଣ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!