ଓଡ଼ିଶାର ପ୍ରଧାନ ମହାଲେଖାକାରଙ୍କ ପରଲୋକ

ଭୁବନେଶ୍ୱର .୧୫ା୧୦ : ଓଡ଼ିଶାର ପ୍ରଧାନ ମହାଲେଖାକାର (ଲେଖା ଓ ଅଡିଟ) ଅନନ୍ତ କିଶୋର ବେହେରାଙ୍କ ପରଲୋକ ଘଟିଛି । ଭାରତୀୟ ଅଡିଟ ଓ ଆକାଉଣ୍ଟସ ସେବାର ବରିଷ୍ଠ ଅଧିକାରୀ ଅନନ୍ତଙ୍କୁ ମୃତ୍ୟୁ ବେଳକୁ ୫୨ ବର୍ଷ ବୟସ ହୋଇଥିଲା । ଅଖିଳ ଭାରତୀୟ ଚିକିତ୍ସା ବିଜ୍ଞାନ ପ୍ରତିଷ୍ଠାନ (ଏମ୍ସ) ଭୁବନେଶ୍ୱରରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି ।ଭାରତୀୟ ଅଡିଟ ଓ ଏକାଉଣ୍ଟସ ସେବାର ବରିଷ୍ଠ ଅଧିକାରୀ ତଥା ଓଡ଼ିଶାର ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ଅନନ୍ତ କିଶୋର ବେହେରାଙ୍କର ଶନିବାର ରାତିରେ ଭୁବନେଶ୍ୱର ଏମ୍ସରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା। ସେ ଫୁସ୍‌ଫୁସ୍ ଜନିତ ରୋଗରେ ପୀଡ଼ିତ ଥିଲେଖବର ମୁତାବକ, ଅନନ୍ତ ଫୁସଫୁସ୍ ଜନିତ ରୋଗରେ ପୀଡ଼ିତ ଥିଲେ । ତାଙ୍କର ମୃତ୍ୟୁ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଅନନ୍ତଙ୍କ ମୃତ୍ୟୁ ବେଳକୁ ତାଙ୍କ ନିକଟରେ ବଡ଼ ଭାଇ ଓ ପତ୍ନୀ ଉପସ୍ଥିତ ରହିଥିଲେ । ଆଜି ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ତାଙ୍କର ପାର୍ଥିବ ଶରୀରକୁ ଶେଷ ଦର୍ଶନ ପାଇଁ ରଖାଯିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!