ଭୁବନେଶ୍ବେର,୧୫ା୧୦: ଚଳିତବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ|ଆସନ୍ତାକାଲି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କିନ୍ତୁ ଚଳିତ ବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ । ଗତ ମାସରେ ବଡ଼ ଭଉଣୀ ଗୀତା ମେହେଟାଙ୍କ ବିୟୋଗ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଜନ୍ମ ଦିବସ ପାଳନ କରିବେ ନାହିଁ । ଜନ୍ମଦିନ ପାଳନ କରିବାକୁ ମନା କରିବା ସହ ନବୀନ ନିବାସ ନଆସିବାକୁ ସେ ନିବେଦନ କରିଛନ୍ତି । ସେ କହିଛନ୍ତି ଯେ, ‘ରାଜ୍ୟବାସୀଙ୍କ ଭଲପାଇବା, ଶୁଭେଚ୍ଛା ଓ ଆର୍ଶୀବାଦ ପାଇଁ ମୁଁ ଋଣୀ ।’
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |