ଭୁବନେଶ୍ୱର,୧୬।୧୦:ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଯୁଧିଷ୍ଠିରଙ୍କ ମୃତ୍ୟୁ ହୋଇଥିବା ନେଇ ତାଙ୍କ ଭାଇ ସୂଚନା ଦେଇଛନ୍ତି। ଗତ କିଛି ମାସ ହେବ ଅସୁସ୍ଥ ଥିଲେ ଯୁଧିଷ୍ଠିର। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ।ଯୁଧିଷ୍ଠିରଙ୍କ ବିୟୋଗରେ କଂଗ୍ରେସ ଜଣେ ଟାଣୁଆ ସଙ୍ଗଠକଙ୍କୁ ହରାଇଛି। ଯୁଦ୍ଧିଷ୍ଠିରଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |