ନୂଆଦିଲ୍ଲୀ,୧୬।୧୦:ଭାରତର ବିଭିନ୍ନ ସ୍ଥାନରେ ଲଗାତର ଭାବରେ ଭୂକମ୍ପ ହେଉଛି। ସୋମବାର ସକାଳୁ ଉତ୍ତରାଖଣ୍ଡର ପିଥୋରାଗଡରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି।ଦେବଭୂମି ଉତ୍ତରାଖଣ୍ଡରେ ପୁଣିଥରେ ଭୂକମ୍ପ ଅନୁଭୂତ ହୋଇଛି। ସୋମବାର ଉତ୍ତରାଖଣ୍ଡର ପିଥୌରାଗଡରେ ଭୂକମ୍ପ ଯୋଗୁ ଲୋକେ ଭୟଭିତ ହୋଇ ଯାଇଛନ୍ତି। ପିଥୌରଗଡରୁ ୪୮ କିଲୋମିଟର ଉତ୍ତର ପୂର୍ବରେ ୪.୦ ତୀବ୍ରତାର ଭୂକମ୍ପ ହୋଇଛି। ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୦ ମପାଯାଇଛି। ଏଥିରେ ଏବେ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ପିଥୋରଗଡ ଠାରୁ ୪୮ କିଲୋମିଟର ଦୂର ଉତ୍ତର-ପୁର୍ବରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪ ରେକର୍ଡ କରାଯାଇଛି। ତେବେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |