ଭୁବନେଶ୍ବର,୧୭।୧୦ : ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଞ୍ଜ, ବରଗଡ ଓ ଦେବଗଡ ଜିଲାରେ ଯୋଜନାର ଶୁଭାରମ୍ଭ କରିଛନ୍ତି ।ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଞ୍ଜ,, ବରଗଡ ଓ ଦେବଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ମୟୂରଭଂଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୧୧ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଡସାହି, ବାଙ୍ଗିରୀପୋଷି, ବାରିପଦା, ମୋରଡା ଏବଂ ଉଦଳା। ଏହିସବୁ ନିର୍ବାଚନମଣ୍ଡଳୀର ୨୨୩ଟି ଗ୍ରାମ ପଞ୍ଚାୟତରେ ୩୦୮୧ ଟି ପ୍ରକଳ୍ପ ହେବ। ସେହିପରି ବରଗଡ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଅତାବିରା, ବିଜେପୁର, ବରଗଡ, ପଦମପୁର ଓ ଭଟଲି। ଏଥିରେ ୨୫୩ଟି ଗ୍ରାମପଞ୍ଚାୟତରେ ୩୧୩୫ ଟି ପ୍ରକଳ୍ପ କରାଯିବ। ସେହିପରି ଦେବଗଡ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି ଏବଂ ଏଥିରେ ୭୦ଟି ଗ୍ରାମପଞ୍ଚାୟତରେ ୯୯୧ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |