ଭୁବନେଶ୍ୱର,୧୮ା୧୦ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସିକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବା ପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇଥିଲା । ଆଜି ସିକିମ ରୟତ ମାନଙ୍କ ଜମି ସମସ୍ୟା ଓ ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ ମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା – ଏହିପରି ଅନେକ ସମସ୍ୟା ସଂପର୍କରେ ଲୋକମାନେ ୫-ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଲୋକଙ୍କ ବହୁ ବର୍ଷର ଜମି ସମସ୍ୟାର ସମାଧାନ ପାଇଁ ବାଟ ଫିଟିଛି।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏ ସଂପର୍କରେ ସେପ୍ଟେମ୍ବର ମାସର ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ତିନି ଥର ବୈଠକ ଅନୁଷ୍ଠିତ ହୋଇଥିଲା । ସେହି ସମୀକ୍ଷା ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ଅଗ୍ରଗତି ସଂପର୍କରେ ଆଜି ଆଉ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ବହୁ ଐତିହାସିକ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଆଇନ ସଚିବ ଶ୍ରୀ ମାନସ ରଂଜନ ବାରିକ, ଗଞ୍ଜାମ, ସମ୍ବଲପୁର, ପୁରୀ, ଖୋର୍ଦ୍ଧା ଓ ଝାରସୁଗୁଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ଜମି ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |