ଭୁବନେଶ୍ବର,୧୯।୧୦: ରାଜ୍ୟ ସରକାରଙ୍କର ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମ ଓଡିଶା ନବୀନ ଓଡିଶା ଅଭିଯାନର ଚତୁର୍ଥ ଦିନରେ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ କେନ୍ଦ୍ରାପଡା ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀ ପାଇଁ ୧୨୪ କୋଟି ୫୦ ଲକ୍ଷ ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଉଛି ମହାକାଳପଡା, କେନ୍ଦ୍ରାପଡା, ପାଟକୁରା, ରାଜନଗର ଓ ଆଳି। ଏଥିରେ ୨୪୯ଟି ଗ୍ରାମପଞ୍ଚାୟତରେ ୩୩୫୩ଟି ପ୍ରକଳ୍ପ କରାଯିବ। ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଚତୁର୍ଥ ଦିନରେ କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ କଟକ ଜିଲ୍ଲାର ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୮୬ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଡମ୍ବା, ଚୌଦ୍ୱାର-କଟକ, ବାଙ୍କୀ, ଆଠଗଡ, ନିଆଳି, କଟକ ସଦର, ସାଲେପୁର ଓ ମାହାଙ୍ଗା। ଏହିସବୁ ନିର୍ବାଚନମଣ୍ଡଳୀର ୩୭୩ଟି ଗ୍ରାମ ପଞ୍ଚାୟତରେ ୫୩୫୧ଟି ପ୍ରକଳ୍ପ ହେବ। ସେହିପରି କେନ୍ଦ୍ରାପଡା ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୪ କୋଟି ୫୦ ଲକ୍ଷ ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ମହାକାଳପଡା, କେନ୍ଦ୍ରାପଡା, ପାଟକୁରା, ରାଜନଗର ଓ ଆଳି। ଏଥିରେ ୨୪୯ଟି ଗ୍ରାମପଞ୍ଚାୟତରେ ୩୩୫୩ ଟି ପ୍ରକଳ୍ପ କରାଯିବ। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |