ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;୨୩ରେ ଅବପାତ

ଭୁବନେଶ୍ବର,,୧୯ା୧୦:ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। କାଳକ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୧ ତାରିଖ ସକାଳ ବେଳକୁ ଲଘୁଚାପ କ୍ଷେତ୍ରର  ରୂପ ନେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଦକ୍ଷିଣପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୨୧ ତାରିଖ ସକାଳ ବେଳକୁ  ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଅକ୍ଟୋବର ୨୧ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଅକ୍ଟୋବର ୨୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାର ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିିପାଗ ବିଭାଗ ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ବୁଲେଟିନ୍‌ରେ କୁହାଯାଇିଛିି।ଅନ୍ୟପକ୍ଷରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପଶ୍ଚିମା-ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ଥିବାବେଳେ ୨୦ରୁ ୨୩ ତାରିଖ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବା ସମ୍ଭାବନା ରହିଛି। ଅକ୍ଟୋବର ୨୪ ତାରିଖରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ଏବଂ ୨୫ ତାରଖରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢିବ ବୋଲି ଭାରତୀୟ ପାଣିିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେକନ୍ଦ୍‌ ପକ୍ଷରୁ କୁହାଯାଇଛି।ଗତକାଲିର ଘୂର୍ଣ୍ଣିବଳୟ ଦକ୍ଷିଣପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି । ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ୨୧ ତାରିଖ ସକାଳ ବେଳକୁ ଏହା ପ୍ରଭାବରେ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପର଼ବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତର ରୂପ ନେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!