୩୧ ପର୍ଯ୍ୟନ୍ତ ସ୍ଥଗିତ ରହିଲା ବସ୍ ଧର୍ମଘଟ

ଭୁବନେଶ୍ୱର,୨୧।୧୦:ରାଜ୍ୟ ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି   ଆରମ୍ଭ ହୋଇଥିବା ବସ୍ ଧର୍ମଘଟକୁ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ବସ୍ ଧର୍ମଘଟ ସ୍ଥଗିତ ରହିଲା ବୋଲି ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଆଜି ସନ୍ଧ୍ୟାରେ ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ସହ ଘରୋଇ ବସ୍ ମାଲିକ ସଂଘର ଆଲୋଚନା ହୋଇଥିଲା । ମନ୍ତ୍ରୀ ଶ୍ରୀମତୀ ସାହୁଙ୍କ ସରକାରୀ ବାସଭବନରେ ଆଜି ସନ୍ଧ୍ୟାରେ ପରିବହନ କମିଶନର ଓ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଘରୋଇ ବସ୍ ମାଲିକ ସଂଘର ପ୍ରତିନିଧିମାନଙ୍କ ସହ ପ୍ରାୟ ଏକ ଘଣ୍ଟାରୁ ଅଧିକ ସମୟ ଧରି ଆଲୋଚନା ହୋଇଥିଲା ।  ଆଲୋଚନା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ଶ୍ରୀମତୀ ସାହୁ କହିଥିଲେ ଯେ, ଘରୋଇ ବସ୍ ମାଲିକ ସଂଘ ସହ ଆଲୋଚନା ସଫଳ ହୋଇଛି । ସେମାନେ ସରକାରଙ୍କୁ ସହଯୋଗ କରିବେ । ୨୬ତାରିଖରେ ପୁଣିଥରେ ଉଚ୍ଚସ୍ତରୀୟ ବୈଠକରେ ସଂଘର ବିଭିନ୍ନ ଦାବି ଉପରେ ବିସ୍ତୃତ ଆଲୋଚନା କରାଯିବ । ଏବେ ଦଶହରା ପୂଜାବେଳେ ଯାତ୍ରୀମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଧର୍ମଘଟରୁ ଓହରିବା ପାଇଁ ଘରୋଇ ବସ୍ ମାଲିକ ସଂଘକୁ ସେ ଅନୁରୋଧ କରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!