ଏସିଆନ ପାରା ଗେମ୍ସ: ୭ ଓଡ଼ିଆ ଖେଳାଳିଙ୍କ ପାଇଁ ଆର୍ଥିକ ସହାୟତା

ଭୁବନେଶ୍ୱର ୨୧।୧୦: ଏସିଆନ ପାରା ଗେମ୍ସରେ ଭାଗ ନେଇଥିବା ଓଡ଼ିଶାର ଆଥଲେଟ୍ସଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୭ ଜଣ ଓଡ଼ିଆ ଆଥଲେଟଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଁଏ ସହାୟତା ଘୋଷଣା କରିଛନ୍ତି। ଆସନ୍ତା ୨୨ରୁ ଚୀନର ହାଙ୍ଗଝୌରେ ଆରମ୍ଭ ହେଇଥିବା ଏସିଆନ ପାରା ଗେମ୍ସରେ ସଫଳତା ପାଇଁ ଆଥଲେଟ୍ସ ମାନଙ୍କୁ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।ତେବେ ଏହା ମଧ୍ୟରେ ଏସୀୟ ପାରା କ୍ରୀଡ଼ାରେ ଅଂଶଗ୍ରହଣ କରିବାକୁ ଯାଉଥିବା କ୍ରୀଡ଼ାବିତଙ୍କ ପାଇଁ ମଧ୍ୟ ରାଜ୍ୟ ସରକାର ଆଗକୁ ଆସିଛନ୍ତି । ଏସିଆ ମହାଦେଶର ଏହି ମେଗା ଇଭେଣ୍ଟରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଥିବା ରାଜ୍ୟର ସମସ୍ତ କ୍ରୀଡ଼ାବିତଙ୍କୁ ୧୦ ଲକ୍ଷ ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ । କ୍ରୀଡ଼ାର ବିକାଶ ପାଇଁ ସର୍ବଦା ପ୍ରୟାସ କରି ଆସିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କ୍ରୀଡ଼ାବିତଙ୍କ ପାଇଁ ଏହି ବଡ଼ ଘୋଷଣା କରିଛନ୍ତି । ଏଥର ଏସୀୟ ପାରା କ୍ରୀଡ଼ା ପାଇଁ ଓଡ଼ିଶାରୁ ୭ ଜଣ କ୍ରୀଡ଼ାବିତ ଯୋଗ୍ୟତା ଅର୍ଜନ କରିଛନ୍ତି । ପ୍ରତ୍ୟେକ କ୍ରୀଡ଼ାବିତ ୧୦ ଲକ୍ଷ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପାଇବେ । ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତ, ଦୌଡ଼କୁଦରେ ଜୟନ୍ତୀ ବେହେରା, ଦୃଷ୍ଟିହୀନ ଚେସରେ ସୌନ୍ଦର୍ଯ୍ୟକୁମାର ପ୍ରଧାନ, ହ୍ୱିଲଚେୟାର ଫେନ୍ସିରେ ପୂଜାସ୍ୱିନୀ ନାୟକ, ରାଖାଲ କୁମାର ସେଠୀ, ଭି. ରମେଶ ରାଓ ଓ ପ୍ରଫୁଲ୍ଲ କୁମାର ଖଣ୍ଡାୟତରାୟ ନିଜର ନିଜର ଦକ୍ଷତା ପ୍ରଦର୍ଶନ କରି ରାଜ୍ୟକୁ ଗୌରବାନ୍ୱିତ କରିବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!