ଭୁବନେଶ୍ୱର,୨୩।୧୦:ସ୍ୱେଚ୍ଛାକୃତ ଭାବେ ଅବସର ନେଲେ ଭି.କେ ପାଣ୍ଡିଆନ୍ । 5T ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନ୍ଙ୍କୁ VRS ଅନୁମତି ମିଳିଛି । ପାଣ୍ଡିଆନ୍ଙ୍କ VRSକୁ ମଂଜୁର କରିଛି କେନ୍ଦ୍ର କାର୍ମିକ ମନ୍ତ୍ରାଳୟ । ଏନେଇ GA ବିଭାଗ ACSଙ୍କୁ ଚିଠି ଲେଖିଛନ୍ତି କାର୍ମିକ ମନ୍ତ୍ରାଳୟର ଅନୁସଚିବ । VRS ନେଇ ରାଜ୍ୟ ସରକାର ପଠାଇଥିବା ଆବେଦନ ମଂଜୁର ହୋଇଥିବା ସୂଚନା ଦିଆଯାଇଛି । ଅକ୍ଟୋବର ୨୦ରେ ରାଜ୍ୟ ପଠାଇଥିବା ଆବେଦନ ପତ୍ରକୁ ମଂଜୁରି ମିଳିଛି । ସର୍ବଭାରତୀୟ ସେବା ଆଇନ 16(2A) ଅନୁସାରେ ମଂଜୁର ହୋଇଥିବା ଜଣାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଭିକେ ପାଣ୍ଡିଆନଙ୍କୁ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପାଇଁ ଅନୁମତି ମିଳିଛି । ଗତ ୨୦ତାରିଖରେ ସେ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ । ଉଭୟ ବିଜେଡି ଓ ସରକାରୀ କଳରେ ପାଣ୍ଡିଆନ ପ୍ରଭାବଶାଳୀ ଅଛନ୍ତି । ସାଧାରଣ ନିର୍ବାଚନର ଠିକ୍ ପୂର୍ବରୁ ପାଣ୍ଡିଆନ ସରକାରୀ ଚାକିରି ଛାଡ଼ିବାକୁ ନେଇ ରାଜନୀତିକ ମହଲରେ ବିଭିନ୍ନ ଚର୍ଚ୍ଚା ଆରମ୍ଭ ହୋଇଛି ।୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ପାଣ୍ଡିଆନ ଅକ୍ଟୋବର ୨୦ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପାଇଁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟକୁ ଆବେଦନ କରିଥିଲେ । ତାଙ୍କର ଆବେଦନକୁ ଆଜି କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି । ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଅନୁସଚିବ ଭୂପିନ୍ଦର ପାଲ ସିଂ ଆଜି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |