ଭୁବନେଶ୍ବର,୨୪।୧୦:ବଙ୍ଗୋପସାଗରରେ ସୃଷ୍ଟି ହେଇଥିବା ଗଭୀର ଅବପାତ ଭୀଷଣ ବାତ୍ୟାର ରୂପ ନେଇଛି । ଘନୀଭୂତ ହୋଇ ଏହା ବାତ୍ୟା ‘ହାମୁନ’ ପରିଣତ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଗତି କରୁଥିବା ସୂଚନା ରହିଛି । ଦୀଘା ଠାରୁ ୨୭୦ କିଲୋମିଟର ଦୂରରେ ରହିଛି ଏହି ବାତ୍ୟା । ସେହିପରି ପାରାଦୀପ ଠାରୁ ୨୧୦ କିଲୋମିଟର ଦୂରରେ ରହିଛି । ଅନ୍ୟପଟେ ଖେପୁପରାରୁ ୩୭୦ କିଲୋମିଟର ଦୂରରେ ରହିଥିବା ଜଣାପଡିଛି । ଭୀଷଣ ବାତ୍ୟାରେ ପରିଣତ ହୋଇଛି ବାତ୍ୟା ‘ହାମୁନ’। ଏହା ପାରାଦୀପଠାରୁ ପୂର୍ବ-ଦକ୍ଷିଣପୂର୍ବର ୨୧୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଗତ ୬ ଘଣ୍ଟାରେ ୧୮ କିମି ବେଗରେ ଉତ୍ତରପୂର୍ବ ଦିଗରେ ଅଗ୍ରସର ହେଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ସୂଚନା ଅନୁସାରେ, ବାତ୍ୟା ‘ହାମୁନ’ ପ୍ରଭାବ ଓଡ଼ିଶାରେ ଉପରେ ପଡ଼ିବ ନାହିଁ। ଏହା ପ୍ରଭାବରେ ଉତ୍ତର ଓଡ଼ିଶା ଉପକୂଳରେ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ମୟୂରଭଞ୍ଜ ଓ ଭଦ୍ରକ। ଏହି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଅବଶିଷ୍ଟ ଉପକୂଳ ଓଡ଼ିଶା, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ଓ ମଧ୍ୟ ଧରଣରବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |