ଆରପାରିରେ ପୂର୍ବତନ ବିଧାୟକ ଅଜୟ ଜେନା

ଗଞ୍ଜାମ,୨୪।୧୦: ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ମୃତ୍ୟୁ ଘଟିଛି।ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ ଘଟିଛି । ଦେହାନ୍ତ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ଜନତା ଦଳ ଟିକେଟରେ ସେ ଦୁଇ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଏହା ସହ ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ । ତେବେ ତାଙ୍କ ଦେହାନ୍ତ ଖବରକୁ ନେଇ ଓଡିଶା ରାଜନୀତିରେ ଏକ ଶୋକର ଛାୟା ଖେଳିଯାଇଥିବା ଦେଖିବାକୁ ମିଳିଛି ।ଜନତା ଦଳ ଟିକେଟରେ ଦୁଇଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଅଜୟ। ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।ଅଜୟ ୧୯୪୩ ମସିହା ଜୁଲାଇ ୨୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ।ଅଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ବିଭିନ୍ନ ନେତା ଓ ମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!