ଭୁବନେଶ୍ବର, ,୨୫।୧୦:ଶ୍ରୀଲିଙ୍ଗରାଜଙ୍କ ମଙ୍ଗଳଆଳତି ଠାରୁ ନୀତିକାନ୍ତି ବନ୍ଦ|:ବନ୍ଦୋବସ୍ତ ଜମିବିବାଦକୁ ନେଇ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତିରେ ପୁଣି ବିଭ୍ରାଟ ଦେଖାଯାଉଛି। ଆଜି ମଙ୍ଗଳଆଳତି ଠାରୁ ନୀତିକାନ୍ତି ବନ୍ଦ ରହିଛି। ବେବନ୍ଦୋବସ୍ତ ଜମି ଶ୍ରୀ ଲିଙ୍ଗରାଜଙ୍କଖାତାକୁ ଫେରୁଥିବା ବେଳେ ବଡୁ ନିଯୋଗ ଦ୍ୱାରା ନିର୍ମାଣାଧୀନ ଦୋକାନ ଘରକୁ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟରୁ ଅନୁମତି ମିଳିଛି। ନିର୍ମାଣ ସମୟରେ ଅନ୍ୟ ନିଯୋଗ ଚ୍ୟାଲେଂଜ କରିବା ଫଳରେ ଦୋକାନ ଘର ନିର୍ମାଣ କାମ ବନ୍ଦ ରହିଥିଲା। ପୂଜା ପଣ୍ଡା ଓ ବ୍ରାହ୍ମଣ ନିଯୋଗ ଏହା ପଛରେ ଏକ ବଡ ଷଡଯନ୍ତ୍ର ଥିବା ଦର୍ଶାଇ ନୀତିକାନ୍ତି ବନ୍ଦ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |