ବଙ୍ଗୋମୁଣ୍ଡା ଗାଁରେ ୧୪୪ ଧାରା

ବଲାଙ୍ଗିର,୨୫ା୧୦:ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ବଙ୍ଗୋମୁଣ୍ଡା ଗାଁରେ ଗୋଷ୍ଠୀ ବିବାଦକୁ ନେଇ ଜାରି ରହିଛି ଅଶାନ୍ତ ପରିବେଶ। ଦିନକୁ ଦିନ ସ୍ଥିତି ବିଗୁଡ଼ୁଥିବା ଦେଖି ଗାଁରେ 144 ଧାରା ଜାରି କରିଛନ୍ତି ଟିଟିଲାଗଡ଼ ଉପଜିଲ୍ଲାପାଳ ଦୟାମୟ ପାଢ଼ୀ। ଆଜି ସକାଳ ୧୦ଟାରୁ ଆସନ୍ତାକାଲି ମଧ୍ୟ ରାତ୍ର ପର୍ଯ୍ୟନ୍ତ ୧୪୪ ଧାରା ଜାରି ରହିବ। ୧୪୪ ଧାରା ଜାରି ସମୟରେ କୌଣସି ପ୍ରକାର ସଭା ସମିତି, ଶୋଭାଯାତ୍ରା କରାଯାଇପାରିବ ନାହିଁ। ୫ କିମ୍ବା ତା’ଠାରୁ ଅଧିକ ଲୋକ ଏକାଠି ହେବାକୁ ବାରଣ କରାଯାଇଛି। ବଙ୍ଗୋମୁଣ୍ଡାକୁ କେହି ପ୍ରବେଶ କଲେ ପରିଚୟପତ୍ର ବାଧ୍ୟତାମୂଳକ କରାଯାଇଛି। ଗାଁର ଚାରି ପାର୍ଶ୍ୱରେ ବ୍ୟାପକ ପୁଲିସ୍‌ ଫୋର୍ସ ମୁତୟନ ହୋଇଛନ୍ତି। ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଜଣେ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!