ବଦଳିଲେ କଟକ ଜିଲ୍ଲାପାଳ

ଭୁବନେଶ୍ୱର,୨୬/୧୦:କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କର ବଦଳି ହୋଇଯାଇଛି।ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳ ବଦଳ କରାଯାଇଛି । ଉଚ୍ଚଶିକ୍ଷା ବିଭାଗର ନୂଆ ନିର୍ଦ୍ଦେଶକ ହୋଇଛନ୍ତି ଭବାନୀ ଶଙ୍କର ଛୟନୀ । ଏହା ପୂର୍ବରୁ ଭବାନୀ କଟକ ଜିଲ୍ଲାର ଜିଲ୍ଲାପାଳ ଓ ମାଜିଷ୍ଟ୍ରେଟ ଭାବେ କାର୍ଯ୍ୟ କରୁଥିଲେ । ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।ସେହିପରି ନରହରି ସେଠୀଙ୍କୁ କଟକ ଜିଲ୍ଲାର ଜିଲ୍ଲାପାଳ ଓ ମାଜିଷ୍ଟ୍ରେଟ ପଦରେ ଅବସ୍ଥାପିତ କରାଯାଇଛି ।ତାଙ୍କୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ନୂଆ ଦାୟିତ୍ୱ ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଏହି ନିର୍ଦ୍ଦେଶ ଜାରି କରାଯାଇଛି। ଅନ୍ୟପକ୍ଷରେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଥିବା ନରହରି ସେଠୀଙ୍କୁ କଟକ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!