ଭୁବନେଶ୍ୱର,୨୬\୧୦:ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ରାଜ୍ୟ ସରକାର ଓ ବସ୍ ମାଲିକ ସଂଘ ମଧ୍ୟରେ ଆଲୋଚନା ହୋଇଛି । ଧର୍ମଘଟ ସ୍ଥଗିତ ରଖାଯାଇଛି କିନ୍ତୁ ପ୍ରତ୍ୟାହୃତ ହୋଇନାହିଁ ବୋଲି ଘରୋଇ ବସ ମାଲିକ ସଂଘ ପକ୍ଷରୁ କୁହାଯାଇଛି । ସରକାରଙ୍କ ସହ ହୋଇଥିବା ଆଲୋଚନା ସଫଳ ନୁହେଁ କି ବିଫଳ ନୁହେଁ । ୩୧ ତାରିଖ ପର୍ଯ୍ୟନ୍ତ ଧର୍ମଘଟ ସ୍ଥଗିତ ରହିଛି । ୩୦ରେ ସଂଘର ସାଧାରଣ ପରିଷଦ ବୈଠକରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ନେଇ ନିଷ୍ପତ୍ତି ନିଆଯିବ । ସେପଟେ ଏନେଇ ଆଲୋଚନା ପରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ ପ୍ରତିକ୍ରିୟା ରଖିଛନ୍ତି । କମିଟି ମାଧ୍ୟମରେ ୩୦ ତାରିଖ ସୁଦ୍ଧା ବସ୍ ମାଲିକ ସଂଘ ସେମାନଙ୍କ ପ୍ରସ୍ତାବ ଦେବେ । ଏବେ ଆଉ କୌଣସି ଆନ୍ଦୋଳନ କରାଯିବନି ଆଲୋଚନା ମାଧ୍ୟମରେ ସମାଧାନ ହେବ
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |