ଭୁବନେଶ୍ବର ,୨୭।୧୦:ଆଜିଠାରୁ ଆରମ୍ଭ ହେଲା ସ୍ଵତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ୟ୍ୟକ୍ରମ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ଭୋଟର ମାନେ ନିଜର ଭୋଟର କାର୍ଡ ସଂଶୋଧନ ପାଇଁ ଚଳିତ ଡ଼ିସେମ୍ବର ୯ ତାରିଖ ଯାଏଁ ଆବେଦନ କରି ପାରିବେ ବୋଲି ଏଥିରେ ସୂଚନା ଦିଆଯାଇଛି । ସେହିପରି ଆସନ୍ତା ୨୦୨୪ ଜାନୁଆରୀ ପହିଲା ସୁଦ୍ଧା ଯେଉଁମାନଙ୍କର ବୟସ ୧୮ ବର୍ଷ ହୋଇଥିବ ସେମାନଙ୍କର ନାମ ଭୋଟର ତାଲିକାରେ ରହିପାରିବ । ଏଥିପାଇଁ ଉଭୟ ଅନଲାଇନ୍ ଓ ଅଫ ଲାଇନରେ ଆବେଦନ ହୋଇପାରିବ ବୋଲି କୁହାଯାଇଛି । ତେବେ ଅଧିକ ସହାୟତା ପାଇଁ ଭୋଟର ମାନେ ୧୯୫୦କୁ କଲ କରିପାରିବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |