ଭୁବନେଶ୍ୱର,୨୭।୧୦: ‘ମାଟିକୁ ନମନ୍-ବୀରଙ୍କୁ ବନ୍ଦନ୍’ ପରିପ୍ରେକ୍ଷୀରେ ଗତ ଅଗଷ୍ଟ ୯ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଶହୀଦ ବୀର ଓ ଯବାନ’ମାନଙ୍କୁ ସମ୍ମାନ ଜଣାଇ ‘ମୋ ମାଟି, ମୋ ଦେଶ’ ଆରମ୍ଭ କରିଥିଲେ। ଦେଶର ପ୍ରତି ଗାଁ, ପଞ୍ଚାୟତ, ବ୍ଲକ, ସହର, ନଗର, ପୌରପାଳିକା ଅଞ୍ଚଳରେ ବୀର ସ୍ୱାଧୀନତା ସଂଗ୍ରାମୀ ଓ ଯବାନଙ୍କ ବଳିଦାନ ସ୍ମୃତିରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଓଡ଼ିଶାରେ ମଧ୍ୟ ସହିଦ ଓ ବଳିଦାନ ଦେଇଥିବା ବୀରମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ‘ମୋ ମାଟି ମୋ ଦେଶ’ ଆୟୋଜିତ ହୋଇଛି । ଆସନ୍ତା ୩୧ତାରିଖରେ ଦେଶର ପ୍ରାୟ ୭୫୦୦ରୁ ଉର୍ଦ୍ଧ୍ୱ ସ୍ଥାନରୁ ସଂଗୃହୀତ ହୋଇ ଆସିଥିବା କଳସରୁ ମାଟିକୁ ଏକାଠି କରାଯାଇ ଦିଲ୍ଲୀସ୍ଥିତ ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀ ନିକଟରେ ‘ଅମୃତ ବାଟିକା’ର ସ୍ଥାପନା କରିବେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି। ଦଶର ଅଖଣ୍ଡତା, ଏକତା, ରାଷ୍ଟ୍ରୀୟ ଭାବନା, ଚେତନା, ରାଷ୍ଟ୍ରଭକ୍ତି, ଜାତୀୟତାବାଦକୁ ଆହୁରି ଉଜିବିତ୍ କରିବା ଓ ପ୍ରେରଣାର କେନ୍ଦ୍ରବିନ୍ଦୁ ପାଲଟିବା ପାଇଁ ସହିଦ ସ୍ମୃତି ପାଖରେ ‘ଅମୃତ ବାଟିକା’ ଭବ୍ୟଢଙ୍ଗରେ ନିର୍ମାଣ କରାଯିବ। ଏହା ୧୪୦କୋଟି ଭାରତୀୟଙ୍କ ପାଇଁ ପ୍ରେରଣାର କେନ୍ଦ୍ରବିନ୍ଦୁ ହେବ। ଦେଶ ତଥା ଆମ ପାଇଁ ଅହରହ ସଂଗ୍ରାମ କରୁଥିବା ଯବାନଙ୍କ ପାଇଁ ‘ଅମୃତ ବାଟିକା’ ଶହିଦ ଯବାନଙ୍କୁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳୀ ହେବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।ସଂଗୃହୀତ ସମସ୍ତ ମାଟି କଳସ ଆଜି ରାତି ସୁଦ୍ଧା ଭୁବନେଶ୍ୱରରେ ପହଞ୍ଚିବ। ଏହି ଅବସରରେ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହି ମାଟି କଳସକୁ ସ୍ୱାଗତ କରିବା ସହିତ ଶହୀଦ ଯବାନଙ୍କ ପରିବାରକୁ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ ବୋଲି ଶ୍ରୀ ସାମଲ କହିଛନ୍ତି । ଆସନ୍ତା କାଲି ୨୮ ତାରିଖ ସକାଳ ୮ଟାରେ ସ୍ୱତନ୍ତ୍ର ଟ୍ରେନ ଯୋଗେ ଯବାନଙ୍କ ଘରୁ ସଂଗୃହିତ ମାଟି କଳସକୁ ନେଇ ୬୧୧ଜଣ ବିଜେପି କାର୍ଯ୍ୟକର୍ତ୍ତା ଦିଲ୍ଲୀ ଯିବେ। ଏହି କଳସ ଶୋଭାଯାତ୍ରା (ରାମମନ୍ଦିରଠାରୁ ରେଳଷ୍ଟେସନ)ରେ ବହୁ ସଂଖ୍ୟାରେ ସାଧାରଣ ଜନତା ଯୋଡି ହୋଇ ‘ମାଟି କଳସ’କୁ ଶ୍ରଦ୍ଧା ଓ ସମ୍ମାନ ଜଣାଇବାକୁ ରାଜ୍ୟ ସଭାପତି ଶ୍ରୀ ସାମଲ ଅନୁରୋଧ କରିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସାଧାରଣ ସଂପାଦକ ସୀମାଞ୍ଚଳ ଖଟେଇ, ପୂର୍ବତନ ଉପସଭାନେତ୍ରୀ ଅନିତା ଶୁଭଦର୍ଶିନୀ ପଟ୍ଟନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନସ୍ମିତା ଖୁଣ୍ଟିଆ, ରାଜ୍ୟ ଗଣମାଧ୍ୟମ ସହମୁଖ୍ୟ ସୁଜିତ୍ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |