କଟକ,୨୯।୧୦: ନୂଆବର୍ଷରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଭୋରରୁ ତ୍ରିଶୂଳିଆରେ ପହଞ୍ଚି ଭୁବନେଶ୍ବର- କଟକ ମେଟ୍ରୋ ପ୍ରକଳ୍ପର ସମୀକ୍ଷା କଲେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ । ତ୍ରିଶୂଳିଆରେ ପ୍ରସ୍ତାବିତ ମେଟ୍ରୋ ରେଳ ଷ୍ଟେସନ ଟର୍ମିନାଲ ଏବଂ ଡିପୋ ବୁଲି ଦେଖିଛନ୍ତି । ମେଟ୍ରୋ ରେଲ ପ୍ରକଳ୍ପର ଠିକ ସମୟରେ ନିର୍ମାଣ କାର୍ଯ୍ୟ ଆରମ୍ଭ ଉପରେ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆବର୍ଷରେ ମେଟ୍ରୋ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଆଜି ସକାଳେ ଏ ନେଇ ତ୍ରିଶୁଳିଆ ଠାରେ ଅନୁଧ୍ୟାନ ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଅନୁଧ୍ୟାନ କରିଛନ୍ତି। ଆଜି ସକାଳେ ୫-ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଭୁବନେଶ୍ୱର ଏବଂ କଟକ ସହରକୁ ସଂଯୋଗ କରୁଥିବା ମେଟ୍ରୋ ରେଳ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସେ ତ୍ରିଶୁଳିଆ ଛକରେ ମେଟ୍ରୋ ରେଳ ଷ୍ଟେସନ୍ ଟର୍ମିନାଲ୍ ଏବଂ ଡିପୋର ପ୍ରସ୍ତାବିତ ସ୍ଥାନର ଯାଞ୍ଚ କରିଥିଲେ।5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ପ୍ରସ୍ତାବିତ ମେଟ୍ରୋ ଟର୍ମିନାଲ ଓ ତ୍ରିଶୁଳିଆ ଡିପୋରେ ପହଞ୍ଚି ସମୀକ୍ଷା କରିଛନ୍ତି । ଭୁବନେଶ୍ବର ଓ କଟକ ପାଇଁ ତ୍ରିଶୁଳିଆ ହେବ ପରିବହନର ହବ୍ । ଏହି ଅବସରରେ ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ବରାନ୍ବିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । 5T ନୀତି ଆଧାରରରେ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଭି.କେ. ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |