ଆଜି ଜଗା ଦର୍ଶନ କରିବେ ରାଜ୍ୟପାଳ,ଆସନ୍ତାକାଲି ନେବେ ଶପଥ

ଭୁବନେଶ୍ୱର,୩୦।୧୦ : ଓଡ଼ିଶାରେ ପହଞ୍ଚିଛନ୍ତି ନୂଆ ରାଜ୍ୟପାଳ ରଘୁବର ଦାସ । ସକାଳ ୫ଟାରେ ପୁରୀ ରେଳ ଷ୍ଟେସନରେ ପହଞ୍ଚିବା ପରେ ସ୍ବାଗତ କରିଥିଲେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଜେପି ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକ । ଷ୍ଟେସନରୁ ସିଧାସଳଖ ରାଜଭବନ ଯାଇ ବିଶ୍ରାମ ନେଇଛନ୍ତି ନୂଆ ରାଜ୍ୟପାଳ । ଦିନ ୧୦ଟାରେ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ପରେ ଭୁବନେଶ୍ୱର ଆସି ରାଜଭବନରେ ରାତ୍ରିଯାପନ କରିବେ । କାଲି ସକାଳେ ଲିଙ୍ଗରାଜଙ୍କ ଦର୍ଶନ ପରେ ଦିନ ୧୧ଟା ୪୫ରେ ରାଜ୍ୟପାଳ ଭାବେ ଶପଥ ନେବେ ।ଅକ୍ଟୋବର ୩୧ରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ । ଏଥିପାଇଁ ଆଜି ପୁରୀଅଭିମୁଖେ ବାହାରିବେ ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ରବିବାର ଦିନ ପୁରୁଷୋତ୍ତମ ଏକ୍ସପ୍ରେସରେ ପୁରୀ ଯିବେ ରଘୁବର । ଶ୍ରୀ ଦାସ ପୁରୀ ଷ୍ଟେସନରେ ଓହ୍ଲାଇ ପ୍ରଥମେ ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ଏହାପରେ ଭୁବନେଶ୍ୱରରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବେ । ସେଠାରେ ବି ପ୍ରାୟ ୧ଘଣ୍ଟା କାଳ ପୂଜାର୍ଚ୍ଚନା କରିବା ପରେ ରାଜଭବନ ଅଭିମୁଖେ ଫେରିବେ। ଏହାପରେ ପୂର୍ବାହ୍ନ ୧୧ଟା ୪୫ରେ ରାଜଭବନର ନୂଆ ହଲ୍‌ରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ମଙ୍ଗଳବାର ଦିନ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ ।ତେବେ ଶନିବାର ଦିନ ରଘୁବର ଦାସ ଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଓ ଦଳର ପ୍ରାଥମିକ ସକ୍ରିୟ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଶ୍ରୀ ଦାସ ୧୯୫୫ ମସିହାରେ ମେ’ ୩ ତାରିଖରେ ଜାମସେଦପୁରରେ ଜନ୍ମଗ୍ରହଣ କରିଥିଲେ। ଜାମସେଦପୁର କୋଅପରେଟିଭ୍ କଲେଜରୁ ଶିକ୍ଷା ଲାଭ କରିଥିଲେ। ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡିଗ୍ରୀ ହାସଲ କରି ଟାଟା ଷ୍ଟିଲ୍ କମ୍ପାନୀରେ ଯୋଗ ଦେଇଥିଲେ। ୧୯୭୭ରେ ଜନତା ପାର୍ଟିରେ ଯୋଗଦାନ ଏବଂ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ। ରଘୁବର ୫ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ଝାଡ଼ଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ। ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର ମଧ୍ୟ କାର୍ଯ୍ୟ କରିଛନ୍ତି। ଜାମସେଦପୁର (ପୂର୍ବ) ବିଧାନସଭା ଆସନରୁ ସେ ବିହାର ବିଧାନସଭାକୁ ୧୯୯୫ରେ ନିର୍ବାଚିତ ହୋଇଥିଲେ ଏବଂ ୨୦୦୪ରେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ରୂପେ ଅବସ୍ଥାପିତ ହୋଇଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!