ନବରଙ୍ଗପୁର ମହାବିଦ୍ୟାଳୟରେ ଦୁର୍ନିତୀ ନିବାରଣ ସଚେତନତା ସପ୍ତାହ ପାଳନ

ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ମହାବିଦ୍ୟାଳୟରେ ଭିଜିଲାନ୍ସ ସଚେତନତା ସପ୍ତାହ ବା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି। ଏହା ଭାରତ ତଥା ରାଜ୍ୟରେ ଆସନ୍ତା ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥର ର ବିଷୟବସ୍ତୁ ରହିଛି “ଦୁର୍ନୀତିକୁ ବିରୋଧ କରିବା; ରାଷ୍ଟ୍ର ପ୍ରତି ସମର୍ପିତ ରହିବା “। ଏହି କାର୍ଯ୍ୟକ୍ରମ କୁ ଉଦଘାଟନ କରି ଅଧ୍ୟକ୍ଷ ଡ଼ଃ ଭାସ୍କର ନାଥ ବିଶ୍ୱାଳ ଆଜି ଦିନର ମହତ୍ତ୍ୱ ଉପରେ ଉପସ୍ଥିତ ଛାତ୍ର ଛାତ୍ରୀ, କର୍ମଚାରୀ, ଅଧ୍ୟାପକ ଅଧ୍ୟାପିକା ମାନଙ୍କୁ ବୁଝାଇଥିଲେ। ମହାବିଦ୍ୟାଳୟର ଉଭୟ ଯୁକ୍ତ ଦୁଇ ଓ ଯୁକ୍ତ ତିନିର ସମସ୍ତ ଛାତ୍ରଛାତ୍ରୀ , ଅଧ୍ୟାପକ ଓ ଅଧ୍ୟାପିକା ଏବଂ ଅଣଶିକ୍ଷକ କର୍ମଚାରୀମାନଙ୍କୁ ଅଧ୍ୟକ୍ଷ ସଚ୍ଚୋଟତା ନେଇ ଶପଥ ପାଠ କରାଇଥିଲେ ଏବଂ ଦୁର୍ନୀତି ମୁକ୍ତ ସମାଜ ଗଠନ ଏବଂ ଛାତ୍ର ଛାତ୍ରୀମାନଙ୍କୁ ଦୁର୍ନୀତି ବିରୁଦ୍ଧରେ ସଚେତନ ରହିବା ପାଇଁ ଆହ୍ବାନ ଦେଇଥିଲେ । ଦର୍ଶନ ଶାସ୍ତ୍ର ବିଭାଗ ମୁଖ୍ୟ ଶ୍ରୀ ଶମ୍ଭୁ ପ୍ରସାଦ ହୋତା ଉପସ୍ଥିତ ସମସ୍ତଙ୍କୁ ଶପଥ ପାଠ କରାଇବାରେ ସହାୟତା କରିବା ସହ କାର୍ଯ୍ୟକ୍ରମ ର ସଂଯୋଜନା କରିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!