ଓଡ଼ିଶାର ସବୁ ସରକାରୀ ବିଶ୍ୱବିଦ୍ୟାଳୟରେ ମିଳିବ ମାଗଣା ଇଣ୍ଟରନେଟ୍ ସେବା

ଭୁବନେଶ୍ୱର,୧।୧୧: ଓଡ଼ିଶାରେ ଶିକ୍ଷା କ୍ଷେତ୍ରରେ ରୂପାନ୍ତରୀକରଣ ଆଣିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ରାଜ୍ୟର ବିଭିନ୍ନ ସ୍କୁଲ୍ ରୂପାନ୍ତରୀକରଣ ପରେ ଏବେ ସମସ୍ତ କଲେଜକୁ ନୂଆରୂପ ଦିଆଯାଉଛି। ଏହାରି ମଧ୍ୟରେ ଓଡ଼ିଶାରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ରେ WiFi ଲଗାଇବାକୁ ସମସ୍ତ କୁଳସଚିବଙ୍କୁ ଚିଠି ଲେଖି ଜଣାଇଛି ଉଚ୍ଚ ଶିକ୍ଷା ବିଭାଗ। ରାଜ୍ୟର ସବୁ ସରକାରୀ ବିଶ୍ୱବିଦ୍ୟାଳୟରେ ମିଳିବ ମାଗଣା WiFi ସେବା ।  ଛାତ୍ରଛାତ୍ରୀଙ୍କ ପାଠପଢ଼ାରେ ସୁବିଧା ପାଇଁ ମାଗଣା WiFi ସେବା ଯୋଗାଇବାକୁ ଉଚ୍ଚ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ଅଧିକାଂଶ ପାଠ୍ୟ ପୁସ୍ତକ ଅନ୍‌ଲାଇନ୍‌ ଥିବାରୁ ମାଗଣା ଇଣ୍ଟରନେଟ୍ ଛାତ୍ରଛାତ୍ରୀଙ୍କ ପାଠପଢ଼ାରେ ସହାୟକ ହେବ । ଫଳରେ ଶୈକ୍ଷିକ ବାତାବରଣରେ ଉନ୍ନତି ଆସି ପାରିବ। ଏଥିପାଇଁ କ୍ୟାମ୍ପସରେ WiFi ନେଟ୍‌ୱର୍କ ସ୍ଥାପନା ଲାଗି ବ୍ୟୟ ଅଟକଳ ଦେବାକୁ ସବୁ ବିଶ୍ୱବିଦ୍ୟାଳୟର କୁଳ ସଚିବଙ୍କୁ ଚିଠି ଲେଖି ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି ।ସେପଟେ, ଏହା ପୂର୍ବରୁ ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକରେ WiFi ସେବା ଉପଲବ୍ଧ ସହ ପିଲାଙ୍କୁ ଦୈନିକ 1 GB ଡାଟା ଫ୍ରିରେ ଦେବାକୁ ସରକାର ନିଷ୍ପତ୍ତି ନେଇଥିଲେ ।  ଗଣା  ଇଣ୍ଟରନେଟ ସୁବିଧା ଦ୍ଵାରା ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ସହାୟକ ହେବ। ଯାହା ଫଳରେ ଶୈକ୍ଷିକ ବାତାବରଣରେ ଉନ୍ନତି ଆସି ପାରିବ। ଏଥିପାଇଁ କ୍ୟାମ୍ପସରେ ୱାଇ-ଫାଇ ନେଟୱାର୍କ ଲଗାଇବା ଲାଗି ବ୍ୟୟ ଅଟକଳ ଦେବାକୁ ସବୁ ବିଶ୍ଵ ବିଦ୍ୟାଳୟର କୁଳସଚିବ ମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!