କଳାହାଣ୍ଡି ୟୁନିଭରସିଟିର ନାଁ ବଦଳି ହେଲା ମା’ ମାଣିକେଶ୍ୱରୀ ୟୁନିଭରସିଟି

ଭବାନୀପାଟଣା ,,୧।୧୧: ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ନାଁ, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ନାମରେ ନାମିତ କରିଛନ୍ତି । ରାଜ୍ୟର ପ୍ରଥମ ସରକାରି ଅନୁଷ୍ଠାନ ଭାବେ ଦେବାଦେବୀଙ୍କ ନାମରେ ନାମିତ ହୋଇଛି କଳାହାଣ୍ଡି ବିଶ୍ୱବିଦ୍ୟାଳୟ । କଳାହାଣ୍ଡି ପ୍ରତିଷ୍ଠା ଦିବସରେ କଳାହାଣ୍ଡି ଜିଲ୍ଲାବାସୀଙ୍କୁ ଏହି ବଡ ଉପହାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଆଜି କଳାହାଣ୍ଡି ଜିଲ୍ଲା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ପ୍ରତିଷ୍ଠା ଦିବସ ଅବସରରେ ସଭିଙ୍କୁ ଶୁଭେଚ୍ଛା ଜଣାଇବା ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭେଟି ଦେଇଛନ୍ତି। ଜିଲ୍ଲାବାସୀଙ୍କ ଭାବାବେଗକୁ ସମ୍ମାନ ଦେଇ କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ନେଇ ଘୋଷଣା କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍‌‌ ଚଳାଚଳ ଶୁଭାରମ୍ଭ ସମାରୋହରେ ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀ ଆଜି କଳାହାଣ୍ଡିରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ମଧ୍ୟ ଉଦଘାଟନ କରିଛନ୍ତି । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ପାଠପଢ଼ା ସହିତ ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ । ଦୀର୍ଘ ଦୁଇ ଦଶନ୍ଧି ଧରି ଜିଲ୍ଲାବାସୀଙ୍କ ମେଡିକାଲ କଲେଜ ଆଶା ପୂରଣ ହୋଇଛି । ୩୨୫ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଛି ଭବାନୀପାଟଣା ମେଡିକାଲ କଲେଜ ଓ ହସ୍ପିଟାଲ । ୧୦୦ ସିଟରେ ନାମଲେଖା ପାଇଁ NMC ଠାରୁ ଅନୁମତି ଦେଇଛି । ଏହି ମେଡିକାଲ କଲେଜ ଓ ହସ୍ପିଟାଲଟିର ନାମ କଳାହାଣ୍ଡି ଜିଲ୍ଲାର ମହାନ ସ୍ଵାଧୀନତା ସଂଗ୍ରାମୀ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ହସ୍ପିଟାଲ ରଖାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!