ଦୁଇ ଜିଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି : ବିଜେଡି

ଭୁବନେଶ୍ୱର,୨ା୧୧: କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲା ପାଇଁ ଗୁରୁବାର ପର୍ଯ୍ୟବେକ୍ଷକ ନିଯୁକ୍ତି କରିଥିବା ବିଜୁ ଜନତା ଦଳ ପକ୍ଷରୁ ଏକ ପ୍ରେସ୍‌ ରିଲିଜ୍‌ ଜରିଆରେ ସୂଚନା ଦିଆଯାଇଛି।ମାହାଙ୍ଗା ବିଧାୟକ ପ୍ରତାପ ଜେନା ଓ ବ୍ରହ୍ମଗିରିର ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମାଙ୍କୁ ଆଜି ଦଳ ପକ୍ଷରୁ ଜିଲ୍ଲା ଦାୟିତ୍ବ ଦିଆଯାଇଛି। ବିଜୁ ଜନତା ଦଳର ସାଂଗଠନିକ ସଂପାଦକଙ୍କ ଦସ୍ତଖତରେ ଜାରି ଏକ ବିଜ୍ଞପ୍ତିରେ କୁହାଯାଇଛି କି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆଦେଶ କ୍ରମେ ଦୁଇ ନେତାଙ୍କୁ  ନେତାଙ୍କୁ  ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଛି । ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଓ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ମିଳିଛି । ଉଲ୍ଲେଖଯୋଗ୍ୟ, ପୂର୍ବରୁ ପ୍ରମିଳା ମଲ୍ଲିକ କେନ୍ଦ୍ରାପଡା ଜିଲ୍ଲାର ପର୍ଯ୍ୟବେକ୍ଷକ ଥିଲେ ଓ ସେ ବାଚସ୍ପତି ନିର୍ବାଚିତ ହେବା ପରେ ପ୍ରତାପଙ୍କୁ ଏହି ଗୁରୁଦାୟିତ୍ୱ ଦେଇଛି ଦଳ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!