ଦିଲ୍ଲୀ ପ୍ରଦୂଷଣ ଅସମ୍ଭାଳ: ଦୁଇଦିନ ସ୍କୁଲ୍‌ ବନ୍ଦ କଲେ ସରକାର

ନୂଆଦିଲ୍ଲୀ: ଦିଲ୍ଲୀରେ ବାୟୁ ପ୍ରଦୂଷଣ ଦିନକୁ ଦିନ ଖରାପ ହେବାରେ ଲାଗିଛି। ଆଜି ପରିସ୍ଥିତି ଅସମ୍ଭାଳ ହୋଇପଡ଼ିବାରୁ ଅନେକ କଟକଣା ଜାରି କରାଯାଇଛି। ସମସ୍ତ ସରକାରୀ ଓ ଘରୋଇ ପ୍ରାଥମିକ ସ୍କୁଲକୁ ଦୁଇ ଦିନ ପାଇଁ ବନ୍ଦ କରିବାକୁ ଦିଲ୍ଳୀ ସରକାର ଘୋଷଣା କରିଛନ୍ତି। ଅନ୍‌ଲାଇନରେ ପାଠପଢ଼ା ଲାଗି ବିଦ୍ୟାଳୟଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ଦିଲ୍ଲୀ ସରକାର ସମସ୍ତ ପ୍ରକାର ଅଣ ଅତ୍ୟାବଶ୍ୟକ ନିର୍ମାଣ କାର୍ଯ୍ୟକୁ ନିଷିଦ୍ଧ କରିଛନ୍ତି। କେବଳ ନିର୍ମାଣ କାର୍ଯ୍ୟ ନୁହେଁ, ଭଙ୍ଗାରୁଜା କାର୍ଯ୍ୟ ଉପରେ ମଧ୍ୟ କଟକଣା ଲଗାଯାଇଛି। ଏଥିସହିତ ଜାତୀୟ ରାଜଧାନୀ ଭିତରକୁ ହାଲ୍‌କା ବାଣିଜ୍ୟିକ ଯାନ ଏବଂ ଡିଜେଲ୍‌ ଟ୍ରକ ପ୍ରବେଶକୁ ବନ୍ଦ ଘୋଷଣା କରିଛନ୍ତି। ଅନଲାଇନ୍‌ରେ ପିଲାଙ୍କୁ ପାଠ ପଢ଼ାଇବା ଲାଗି ବିଦ୍ୟାଳୟଗୁଡ଼ିକୁ ପରାମର୍ଶ ଦିଆଯାଇଛି। ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ଦୁଇଦିନ ପର୍ଯ୍ୟନ୍ତ ବିଦ୍ୟାଳୟଙ୍କୁ ନଆସିବା ଲାଗି ଦିଲ୍ଲୀ ସରକାର ଘୋଷଣା କରିଛନ୍ତି। ବାୟୁ ମାନ ଗୁରୁତର ହୋଇଥିବାରୁ ଏଥିପାଇଁ କି ପ୍ରକାର କାର୍ଯ୍ୟକ୍ରମ ହାତକୁ ନିଆଯିବ ସେ ନେଇ ଏନସିଆର ଓ ନିକଟବର୍ତ୍ତୀ କ୍ଷେତ୍ର ପାଇଁ ଗଠିତ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ ପକ୍ଷରୁ ନୋଟିସ ଜାରି ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!