ଗିରଫ ହେଲେ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ

ଭୁବନେଶ୍ବର,୪।୧୧:ମହିଳା ସାମ୍ବାଦିକଙ୍କୁ ମାଡ଼ ମାରିବା ଅଭିଯୋଗରେ ଥାନାରେ ହାଜର ହେଲେ ଓଡ଼ିଆ ସିନେ ପ୍ରଯୋଜକ ଟୁଟୁ ନାୟକ । ବର୍ତ୍ତମାନ ସେ ଖାରବେଳନଗର ଥାନାରେ ହାଜର ହୋଇଥିବା ଦେଖିବାକୁ ମିଳିଛି । କିଛି ସମୟ ପୂର୍ବରୁ ଏହି ଘଟଣାକୁ ନେଇ ନିଜ ଆଡ଼ୁ ଆଉ ଏକ ମାମଲା ରୁଜୁ କରିଥିଲେ ମହିଳା କମିଶନ ।ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଅଭିଯୋଗରେ ପ୍ରଯୋଜକ ଟୁଟୁ ନାୟକଙ୍କୁ ଥାନାକୁ ଆଣିଲା ପୋଲିସ । ଏନେଇ ସୂଚନା ଦେଲେ ଖାରବେଳନଗର ଥାନା ପୋଲିସ । ଆମେ ତାଙ୍କୁ ପଚରାଉଚରା କରୁଛୁ କହିଲେ ଥାନା ଅଧିକାରୀ । ସେ ଆସି ନାହାନ୍ତି, ଆମେ ତାଙ୍କୁ ଆଣିଛୁ ବୋଲି କହିଲେ ।କାର୍ଯ୍ୟରତ ମହିଳା ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ସିନେ ପ୍ରଯୋଜକ ସଂଜୟ ନାୟକ ମାଡ଼ ମାରିବା ଘଟଣାରେ ନିଜ ଆଡୁ ମାମଲା ରୁଜୁ କଲେ ମହିଳା କମିଶନ। ଏନେଇ ସୂଚନା ଦେଇଛନ୍ତି ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରା । ଘଟଣା ନେଇ ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କରାଯାଇଛି । ୧୫ ଦିନ ଭିତରେ ମାମଲାର ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!