ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୪/୧୧: ରାଜ୍ୟରେ  ପଶ୍ଚିମା-ଝଡ଼ ଏବଂ ପୂର୍ବାଳୀ ତରଙ୍ଗ ପ୍ରଭାବରେ  ବିଭିନ୍ନ ସ୍ଥାନରେ  ହାଲୁକାରୁ ମାଧ୍ୟମ ଧରଣର ବର୍ଷା ଦେଖିବାକୁ ମିଳିଛି। ଶନିବାର ଅପରାହ୍ନରେ ଭୁବନେଶ୍ୱର ସମେତ ଅନୁଗୁଳ, ସୁନ୍ଦରଗଡ଼ ଆଦି ଜିଲାରେ ବିଜୁଳି ସହିତ ବର୍ଷ ହେବାର ପୂର୍ବାନୁମାନ କରାଯାଇଥିବା ବେଳେ କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ମୟୁରଭଞ୍ଜ, କେଉଁଝର, ଢେଙ୍କାନାଳ, ପୁରୀ, କଟକ ଖୋର୍ଦ୍ଧା ଏବଂ ରାୟଗଡ଼ା ରେ ବିଜୁଳି ସହିତ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ଆଗାମୀ ୩ ଦିନ ଯାଏଁ ରାତ୍ରି ତାପମାତ୍ରା ରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବାବେଳେ, ପରବର୍ତ୍ତୀ ସମୟରେ ଏହା ୨ ରୁ ୪ ଡ଼ିଗ୍ରୀ ଯାଏଁ ତଳକୁ ଖସିବା ସମ୍ଭାବନା ରହିଛି। ବର୍ତ୍ତମାନ ଉଷ୍ମ ଜଳୀୟବାଷ୍ପ ପୁର୍ଣ ବାୟୁ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୨ ରୁ ୪ ଡ଼ିଗ୍ରୀ ଅଧିକ ରହିଛି। ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!