ଭୁବନେଶ୍ୱର,୪/୧୧: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୦ମ ଦିନରେ ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।ଏଥିପାଇଁ ମୟୁରଭଞ୍ଜ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୦.୫୦ କୋଟି ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଯଶିପୁର, କରଞ୍ଜିଆ, ସାରସକଣା ଓ ରାଇରଙ୍ଗପୁର । ଏହିସବୁ ନିର୍ବାଚନ ମଣ୍ଡଳୀର ୧୩ଟି ବ୍ଲକ୍ର ୧୮୧ଟି ଗ୍ରାମ ପଞ୍ଚାୟତରେ ୨୪୨୭ଟି ପ୍ରକଳ୍ପ ହେବ। ସେହିପରି ସମ୍ବଲପୁର ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀ ପାଇଁ ୬୯ କୋଟି ଟଙ୍କା ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରେଢାଖୋଲ, ରେଙ୍ଗାଲି ଓ କୁଚିଣ୍ଡା। ଏଥିରେ ୯ଟି ବ୍ଲକ୍ର ୧୩୮ଟି ଗ୍ରାମପଞ୍ଚାୟତରେ ୧୮୦୧ଟି ପ୍ରକଳ୍ପ କରାଯିବ। ସେହିପରି ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି ୫୫.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଚିତ୍ରକୋଣ୍ଡା ଓ ମାଲକାନଗିରି। ଏହିସବୁ ନିର୍ବାଚନମଣ୍ଡଳୀର ୭ଟି ବ୍ଲକ୍ର ୧୧୧ଟି ଗ୍ରାମ ପଞ୍ଚାୟତରେ ୧୪୩୦ଟି ପ୍ରକଳ୍ପ ହେବ।ଆଜିର କାର୍ଯ୍ୟକ୍ରମ ପାଇଁ ମୟୁରଭଞ୍ଜ ଜିଲ୍ଲାର ୪ଟି, ସମ୍ବଲପୁର ଜିଲ୍ଲାର ୩ଟି ଓ ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |