କୋଲକାତା,୫।୧୧: କୋଲକାତାସ୍ଥିତ ଇଡେନ୍ ଗାର୍ଡେନ୍ସ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ୨୦୨୩ କ୍ରିକେଟ ବିଶ୍ୱକପ୍ର ୩୭ତମ ମ୍ୟାଚ୍ରେ ଭାରତ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଚମତ୍କାର ପ୍ରଦର୍ଶନ କରି ୨୪୩ ରନ୍ ବ୍ୟବଧାନରେ ବିଜୟ ହାସଲ କରିଛି। କୋଲକାତାର ଐତିହାସିକ ଇଡେନ ଗାଡେନ୍ସଠାରେ ଚାଲିଥିବା ଆଇସିସି ବିଶ୍ବକପର ଏକ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୨୪୩ ରନରେ ପରାସ୍ତ କରିଛି ଭାରତ । ଏହା ସହିତ ଚଳିତ ବିଶ୍ବକପରେ ନିଜର ଅପରାଜେୟ ଧାରା ଜାରି ରଖିଛି ଟିମ୍ ଇଣ୍ଡିଆ ।ଦକ୍ଷିଣ ଆଫ୍ରିକା ଆଗରେ ୩୨୭ ରନର ଲକ୍ଷ୍ୟ ରଖିଥିଲା ଟିମ ଇଣ୍ଡିଆ । ତେବେ ପୁଣି ଥରେ ନିଜର ଘାତକ ବୋଲିଂର ପ୍ରଦର୍ଶନ କରି ଭାରତୀୟ ବୋଲରମାନେ ଦକ୍ଷିଣ ଆଫ୍ରିକା ଟମକୁ ଧୂଳି ଚଟାଇଥିଲେ । ଦକ୍ଷିଣ ଆଫ୍ରିକା ମାତ୍ର ୮୩ ରନରେ ଅଲଆଉଟ ହୋଇଯାଇଥିଲା । ଦଳପକ୍ଷରୁ କୌଣସି ବ୍ୟାଟ୍ସମ୍ୟାନ କ୍ରିଜରେ ତିଷ୍ଠିପାରିନଥିଲେ । ଦଳ ପକ୍ଷରୁ ମାର୍କୋ ଜାନସେନ ୧୪ ରନ ଓ ରାସି ଭାନ ଡର୍ ଦୁସେନ ୧୩ ରନ କରିଥିଲେ ।ଭାରତ ପକ୍ଷରୁ ରବୀନ୍ଦ୍ର ଜାଦେଜା ୫ଟି ଓ୍ବିକେଟ ନେଇଥିବାବେଳେ ମହମ୍ମଦ ସମି ଓ କୂଳଦୀପ ଯାଦବ ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ରୋହିତ ଶର୍ମା ୪୦ ରନ ଓ ଶୁଭମନ ଗିଲ୍ ୨୩ ରନ କରି ଆଉଟ ହେବା ପରେ ବିରାଟ କୋହଲି ଓ ଶ୍ରେୟସ ଆୟରଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ୍ ଭାରତର ସ୍କୋରକୁ ଦ୍ରୁତ ଗତିରେ ଆଗେଇ ନେବାରେ ସହାୟକ ହୋଇଥିଲା। ଶ୍ରେୟସ ଆୟର ୭୭ ରନରେ ଆଉଟ ହେବା ପରେ କେଏଲ ରାହୁଲ ମାତ୍ର ୮ ରନରେ ଆଉଟ ହୋଇଥିଲେ । ତେବେ ବିରାଟ କୋହଲି ସୂର୍ଯ୍ୟକୁମାର ଯାଦବ ଓ ରବୀନ୍ଦ୍ର ଜାଦେଜାଙ୍କ ସହ ଉପଯୋଗୀ ପାର୍ଟନରସିପ କରି ଦଳୀୟ ସ୍କୋରକୁ ୫୦ ଓଭରରେ ୩୨୬ ରନରେ ପହଞ୍ଚାଇଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |