ଆଜିଠାରୁ ଭୁବନେଶ୍ୱର-ଜୟପୁରକୁ ଦ୍ୱିତୀୟ ବିମାନ ଚଳାଚଳ ଆରମ୍ଭ

ଭୁବନେଶ୍ୱର,୬ା୧୧: ରାଜଧାନୀ ଭୁବନେଶ୍ୱର ବିମାନବନ୍ଦରରୁ ସୋମବାର ସକାଳ ୭.୧୦ରେ ଉଡ଼ାଣ କରିଥିବା ଇଣ୍ଡିଆଓ୍ବାନ୍‌ ଏୟାର ବିମାନ  ୮.୪୫ରେ କୋରାପୁଟ ଜିଲାର ଜୟପୁରଠାରେ ପହଞ୍ଚିଛି। ଆଜିଠାରୁ ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିବ ଦ୍ୱିତୀୟ ବିମାନ । ଗତ ବର୍ଷ ଭୁବନେଶ୍ୱର-ଜୟପୁରକୁ ପ୍ରଥମ ବିମାନ ସେବା ଆରମ୍ଭ ହୋଇଥିବା ବେଳେ ଏବେ ଦ୍ୱିତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ଯାହାକୁ ନେଇ କୋରାପୁଟବାସୀ ବେଶ ଉତ୍ସାହିତ ରହିଛନ୍ତି । ଏହି ବିମାନଟି ଭୁବନେଶ୍ୱର ବିମାନବନ୍ଦରରୁ ସକାଳ ୭ଟା ୧୦ରେ ଉଡାଣ ଭରି ଜୟପୁର ବିମାନବନ୍ଦରରେ ସକାଳ ୮ଟା ୪୫ରେ ଅବତରଣ କରିବ । ପ୍ରତି ସପ୍ତାହକୁ ସୋମବାର ଓ ଶୁକ୍ରବାର ସେବା ଯୋଗାଇବ ଇଣ୍ଡିଆ ଓ୍ବାନ୍ । ସେହିପରି ଜୟପୁରରୁ ସକାଳ ୯ଟାରେ ବାହାରି ୧୦ଟା ୩୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ । ଏହି ବିମାନରେ ୯ ଜଣ ଯାତ୍ରୀ ଯାତ୍ରା କରିବା ପାଇଁ ବ୍ୟବସ୍ଥା ରହିଛି । ତେବେ ଏହି ବିମାନ ସେବା ରାଜ୍ୟର ପର୍ୟ୍ୟଟନ କ୍ଷେତ୍ରରେ ବିକାଶ କରିବା ସହ ଲୋକଙ୍କ ଅର୍ଥନୈତିକ ବିକାଶ ଦିଗରେ ସହାୟକ ହେବ ବୋଲି କୁହାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!