ଭୁବନେଶ୍ୱର,,୬।୧୧: ଆଜି ପ୍ରଯୋଜକ ଟୁଟୁ ନାୟକଙ୍କ ହେବ ଜାମିନ ଶୁଣାଣି । ଗତ ଶନିବାର ଜାମିନ ଆବେଦନ ଶୁଣାଣୀକୁ ସଂରକ୍ଷିତ ରଖିଥିଲେ କୋର୍ଟ । SDJM କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ । ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଟୁଟୁ ନାୟକ। ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି । ‘ପ୍ରଥା’ ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ବାତି କମ୍ପ୍ଲେକ୍ସ ଭିତରେ ଘଟିଥିଲା ଘଟଣା । ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ନେଇ ଖାରବେଳନଗର ଥାନାରେ ହୋଇଥିଲା ମାମଲା । ଘଟଣାର ତଦନ୍ତ କରି ଟୁଟୁଙ୍କୁ ଗିରଫ କରିଥିଲା ପୋଲିସ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |