ଛତିଶଗଡ ବିଧାନଭା ନିର୍ବାଚନ, ପ୍ରଥମ ପର୍ଯ୍ୟାୟରେ ୨୦ ଆସନରେ ହେବ ଭୋଟ୍

ନୂଆଦିଲ୍ଲୀ,୬।୧୧: ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଆସନ୍ତାକାଲି ରାଜ୍ୟର ୪୦ଟି ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ। ଏଠି ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ଛତିଶଗଡ ବିଧାନଭା ନିର୍ବାଚନ ପାଇଁ ଆସନ୍ତାକାଲି ମତଦାନ। ପ୍ରଥମ ପର୍ଯ୍ୟାୟରେ ୨୦  ଆସନରେ ହେବ ଭୋଟ୍ । ପ୍ରଥମ ପର୍ଯ୍ୟାୟରେ ସକାଳ ୮ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ହେବ ମତଦାନ।  ନକ୍ସଲ ପ୍ରଭାବିତ ସମ୍ବେଦନଶୀଳ ଅଂଚଳରେ ମତଦାନ ସକାଳ ୭ଟାରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ହେବ। ୨୨୩ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଦ୍ଧାରଣ କରିବେ ୪୦ ଲକ୍ଷ ଭୋଟର। ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ମୋଟ୍ ୫,୩୦୪ ମତଦାନ କେନ୍ଦ୍ର କରାଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନଭେମ୍ବର ୧୭ ତାରିଖରେ ଭୋଟ୍ ଗ୍ରହଣ ହେବ। ନିର୍ବାଚନକୁ ନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!