ଆଜି ଛତିଶଗଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍

ନୂଆଦିଲ୍ଲୀ,,୭ା୧୧ :ଆଜି ଛତିଶଗଡ ଓ ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ଆରମ୍ଭ ହୋଇଛି ଭୋଟ । ଏଥିପାଇଁ ଉଭୟ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ତେବେ ମତଦାନ ଆରମ୍ଭ ହେଉ ହେଉ ଛତିଶଗଡ଼ର ସୁକମାରେ  IED ‍ ବ୍ଲାଷ୍ଟ ହୋଇ ଜଣେ ସିଆରପିଏଫ ଯବାନ ଆହତ ହୋଇଛନ୍ତି।  ମିଜୋରାମ ବିଧାନସଭାର ସମସ୍ତ ୪୦ଟି ଆସନ ଓ ଛତିଶଗଡର ୨୦ଟି ବିଧାନସଭା ଆସନ ନିମନ୍ତେ ମଙ୍ଗଳବାର ଭୋଟ ଗ୍ରହଣ କରାଯିବ। ମିଜୋରାମର ୮,୫୧,୮୯୫ଜଣ ଭୋଟରଙ୍କ ମତଦାନ ନିମନ୍ତେ ୧୨୭୬ଟି ମତଦାନ କେନ୍ଦ୍ର ଖୋଲାଯାଇଛି। ବିଧାନସଭା ନିର୍ବାଚନ ନିମନ୍ତେ ୧୭୪ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ଏମାନଙ୍କ ମଧ୍ୟରେ ୧୬ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ପ୍ରଥମ ପର୍ଯ୍ୟାୟରେ ଛତିଶଗଡର ୨୦ଟି ଆସନ ପାଇଁ ଭୋଟ ଗ୍ରହଣ ହେବ। ଛତିଶଗଡର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ନକ୍ସଲମାନେ ହିଂସାକାଣ୍ଡ ଘଟାଇଛନ୍ତି। ନକ୍ସଲଙ୍କ ଆକ୍ରମଣରେ ଜଣେ ବିଏସଏଫ୍
ଯବାନ ଓ ଦୁଇଜଣ ନିର୍ବାଚନ କର୍ମଚାରୀ ଆହତ​‌ ହୋଇଛନ୍ତି। ନକ୍ସଲମାନେ ଆଇଇଡି ମାଧ୍ୟମରେ ବିସ୍ଫୋରଣ ଘଟାଇଛନ୍ତି। ଆହତ ବିଏସ୍‌ଏଫ୍ ଯବାନ ହେଉଛନ୍ତି ପ୍ରକାଶ ଚନ୍ଦ୍ର। ତାଙ୍କ ଗୋଡରେ ଆଘାତ ଲାଗି ଥିବାବେଳେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଅନ୍ୟ ଦୁଇଜଣ ନିର୍ବାଚନ କର୍ମଚାରୀ ସାମାନ୍ୟ ଆହତ ହୋଇଛନ୍ତି। ବିଏସଏଫ୍ ଓ ପୁଲିସ କର୍ମଚାରୀଙ୍କ ସହିତ ନିର୍ବାଚନ ପରିଚାଳନା କର୍ମଚାରୀମାନେ ମାରବେଡାରୁ ରେଙ୍ଗାହାଟିର ଏକ ମତଦାନ କେନ୍ଦ୍ରକୁ ଯାଉଥିବାବେଳେ ନକ୍ସଲମାନେ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ। ସୂଚନାଯୋଗ୍ୟ ଛତିଶଗଡର ଅବଶିଷ୍ଟ ୭୦ଟି ଆସନ ପାଇଁ ନଭେମ୍ବର ୧୭ରେ ଭୋଟ ଗ୍ରହଣ ହେବ। ଏହି ଦୁଇ ରାଜ୍ୟ ସହିତ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ତେଲଙ୍ଗାନା ବିଧାନସଭା ନିର୍ବାଚନର ଭୋଟ ଗ୍ରହଣ ପରେ ଡିସେମ୍ବର ୩ରେ ଭୋଟ ଗଣତି ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!