ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି,୪ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ

ପୁରୀ, ୭।୧୧: ଶ୍ରୀଜିଉଙ୍କ ୪ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ। ବୁଧବାର କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ଣ ୫ଟାରୁ ରାତି ୯ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!