ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗର ଅଧିକ୍ଷଣ ଯନ୍ତ୍ରୀ

ଭୁବନେଶ୍ୱର,୮।୧୧:ଭିଜିଲାନ୍ସ ଜାଲରେ ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ। ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରାଯାଉଛି | ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି | ଭିଜିଲାନ୍ସ ପକ୍ଷରୁ ୭ ଜଣ ଡ଼ିଏସପି, ୫ ଜଣ ଇନ୍ସପେକ୍ଟର, ୮ ଜଣ ଏଏସଆଇ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରିଛନ୍ତି | ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ୱବନ୍ଧୁ ପାଣିଗ୍ରାହୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଛି।  ବିଶ୍ୱବନ୍ଧୁଙ୍କର ପୈତୃକ ଘର ସମେତ ଭୁବନେଶ୍ୱରର ୪ଟି ଓ ଭଦ୍ରକର ୨ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ବିଶ୍ୱବନ୍ଧୁଙ୍କ ଭୁବନେଶ୍ୱର ଭିଏସ୍ଏସ ନଗରରେ ଥିବା କୋଠା, ରୁଦ୍ରପୁର ଆସୋଟେକ ପ୍ରାଇଡ଼ରେ ଥିବା ଫ୍ଲାଟ, ଭଦ୍ରକ ମଠ ସାହିରେ ଥିବା ବିଲ୍ଡିଂ, ଭଦ୍ରକ ତୋରଣପଡା ସ୍ଥିତ ପୈତୃକ ଘରେ ଚଢ଼ାଉ କରାଯାଇଛି।ଚଢାଉରେ ୭ ଜଣ DSP, ୫ ଜଣ ଇନ୍ସପେକ୍ଟର, ୮ ଏଏସଆଇ ସାମିଲ ହୋଇଛନ୍ତି । ଭୁବନେଶ୍ୱର ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ  ଏହି ଚଢ଼ାଉ କରାଯାଉଥିବା ସୂଚନା ମିଳିଛି । ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଓ କିଛି ନଗଦ କେସ ଜବତ ହୋଇଛି। ବିଶ୍ୱବନ୍ଧୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ଘଟଣାର ତଦନ୍ତ କରି ଏହି ଚଢ଼ାଉ କରିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!