ଭୁବନେଶ୍ୱର, ୮।୧୧ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତା ୨୦ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସୁଥିବା ନେଇ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ମନ୍ତବ୍ୟରୁ ସଙ୍କେତ ମିଳିଛି। କୋଳିଆପାଣିଠାରେ ଏକଲବ୍ୟ ମଡେଲ ରେସିଡେନ୍ସିଆଲ ସ୍କୁଲକୁ ରାଷ୍ଟ୍ରପତି ୨୦ ତାରିଖରେ ଉଦ୍ଘାଟନ କରିବା ପାଇଁ କାର୍ଯ୍ୟକ୍ରମ ରହିଥିବା କେନ୍ଦ୍ରମନ୍ତ୍ରୀ କହିଛନ୍ତି।ନଭେମ୍ବର ୨୦ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୁରଭଞ୍ଜ କୋଳିଅଣାଠାରେ ଏକଲବ୍ୟ ମଡେଲ ରେସିଡିନ୍ସିଆଲ୍ ସ୍କୁଲର ଉଦଘାଟନ କରିବେ। କେନ୍ଦ୍ର ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଓଡିଶାରେ ଚାଲୁଥିବା କେନ୍ଦ୍ରୀୟ ଯୋଜନାର ସମୀକ୍ଷା ଅବସରରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ସମସ୍ତ ଏକଲବ୍ୟ ମଡେଲ ରେସିଡିନ୍ସିଆଲ୍ ସ୍କୁଲ ନିର୍ମାଣ ଶେଷ ହୋଇ କାର୍ଯ୍ୟକ୍ଷମ ହେଲେ ଆଦିବାସୀଙ୍କ ସର୍ବାଙ୍ଗୀନ ଉନ୍ନତି ହେବ|ଏହି ସମୀକ୍ଷା ବୈଠକରେ ବାଙ୍ଗିରିପୋଷୀ ଘାଟିର ସଂପ୍ରସାରଣ, ଜାତୀୟ ରାଜପଥର ବିଦ୍ୟୁତିକରଣ, ହାତୀ ଓ ବନ୍ୟଜନ୍ତୁଙ୍କ ଯିବା ଆସିବା ପାଇଁ ଅଣ୍ଡର ପାସ୍ ଚିହ୍ନଟ କରି ଡିସେମ୍ବର ସୁଧା କାମ ଆରମ୍ଭ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ଗୋପାଳପୁର-ଦୀଘା ଉପକୂଳ ରାଜପଥର ନୂତନ ନିର୍ମାଣ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |