ଭୁବନେଶ୍ୱର,୮।୧୧: ପ୍ରଯୋଜକ ଟୁଟୁ ନାୟକଙ୍କୁ କୋର୍ଟରୁ ମିଳିଲା ଆସ୍ୱସ୍ତି । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାର ବଳରେ ମିଳିଲା ଜାମିନ। ଭୁବନେଶ୍ୱର SDJM କୋର୍ଟ ତରଫରୁ ତାଙ୍କୁ ଆଜି ଜାମିନ ମିଳିଛି। ସାମ୍ବାଦିକାଙ୍କୁ ମାଡ଼ ମରା ଘଟଣାରେ ଶନି ବାର ଦିନ ଗିରଫ ହୋଇ ଜେଲରେ ଥିଲେ ଟୁଟୁ ନାୟକ । ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା । ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଆଜି ଜାମିନ ମିଳିଛି | ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ କୋର୍ଟ ସଂରକ୍ଷିତ ରଖିଥିଲେ | ଆଉ ଆଜି ଭୁବନେଶ୍ବର ଏସଡିଜେଏମ୍ କୋର୍ଟ ଟୁଟୁଙ୍କୁ ଜାମିନ ଦେଇଛନ୍ତି | ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ଦିଆଯାଇଛି | ଉଲ୍ଲେଖ ଥାଉ କି ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଖାରବେଳନଗର ଥାନା ପୁଲିସ ଗିରଫ କରି ଗତ ଶନିବାର କୋର୍ଟ ଚାଲାଣ କରିଥିଲା। ଏହାପରେ କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ |
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |