ଭୁବନେଶ୍ବର,୯।୧୧: ଆଜିଠୁ ରାଜ୍ୟରେ ବଢିବ ଶୀତ। ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ କମିବା ଫଳରେ ହାଲକା ଶୀତ ଅନୁଭୂତ ହେବ। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ସମଗ୍ର ରାଜ୍ୟ ଆସ୍ତେଆସ୍ତେ ଶୀତ ଅନୁଭୂତ ହେଲାଣି । ଆଜିଠୁ ରାଜ୍ୟରେ ଆହୁରି ଶୀତ ବଢିବ। ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ କମିବା ଫଳରେ ହାଲୁକା ଶୀତ ଅନୁଭୂତ ହେବ।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,ରାଜ୍ୟରେ ୨ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା କମିବ। ଏହାପରେ ଅପରିବର୍ତ୍ତିତ ରହିବ।୨ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା କମିବ ଏବଂ ଏହାପରେ ଅପରିବର୍ତ୍ତିତ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ତେବେ ଦୀପାବଳିରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସୁନ୍ଦରଗଡ଼, କୋରାପୁଟ, କନ୍ଧମାଳରେ ଅଧିକ ଥଣ୍ଡା ଅନୁଭୂତ ହେଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |