ଆଜିଠୁ ଦୁଇଦିନିଆ ମିଲେଟ୍‌‌ ଅନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର,୯।୧୧: ଆଜି ଠାରୁ ଦୁଇଦିନିଆ ମିଲେଟ୍‌‌ ସମ୍ୱନ୍ଧୀୟ ଅନ୍ତର୍ଜାତୀୟ ସମ୍ମିଳନୀ ସ୍ଥାନୀୟ ଜନତା ମଇଦାନରେ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌‌ଘାଟନ କରିବେ। କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ, କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗର ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିବେ। ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍‌‌’। ସମ୍ମିଳନୀରେ ମିଲେଟ୍‌‌ ଚାଷ, ପ୍ରକ୍ରିୟାକରଣରେ କୃଷକମାନଙ୍କ ସମ୍ପୃକ୍ତିରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ, ବୈଷିୟକ ଅଧିବେଶନ, ନୀତି ନିର୍ଦ୍ଧାରଣ ନିମନ୍ତେ ରାଉଣ୍ଡଟେବୁଲ୍‌‌ ବୈଠକ, ବି-ଟୁ-ବି ବୈଠକ, ଅନ୍ତର୍ଜାତୀୟ ଖାଦ୍ୟମେଳା, କୁଇଜ୍‌‌ ପ୍ରତିଯୋଗିତା, ରନ୍ଧନ ପ୍ରତିଯୋଗିତା ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହାସହ ମିଶନ୍‌ ଶକ୍ତି ଅଧୀନ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଓ ମିଲେଟ୍‌‌ ଉଦ୍ୟୋଗୀମାନଙ୍କର ସଫଳତାର କାହାଣୀ ପ୍ରଦର୍ଶନ କରାଯିବ। ସେହିପରି ଜଳବାୟୁ ପରିବର୍ତ୍ତନ ଏବଂ ମିଲେଟସ୍‌‌ ଉପରେ ଆଧାରିତ ସଙ୍ଗୀତ କାର୍ଯ୍ୟକ୍ରମ ସାଙ୍ଗକୁ ସେଫ୍‌‌ ବିକାଶ ଖାନ୍ନା ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମିଳିତ ଜାତିସଂଘର ବିଭିନ୍ନ ସଂସ୍ଥା, ବିଭିନ୍ନ ଦେଶର ଦୂତାବାସର କର୍ମକର୍ତ୍ତା ଏବଂ ବିଭିନ୍ନ ରାଜ୍ୟର କୃଷି ସଚିବଙ୍କ ସମେତ ଅନେକ ପ୍ରତିନିଧି ଯୋଗଦେବେ।ସୂଚନା ଅନୁସାରେ, ରାଜ୍ୟରେ ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ଆଗାମୀ ଚାରିବର୍ଷ ଅର୍ଥାତ ୨୦୨୩-୨୪ରୁ ୨୦୨୬-୨୭ ବର୍ଷ ପର୍ଯ୍ୟନ୍ତ ୨୬୮୭ କୋଟି ୪୫ ଲକ୍ଷ ଟଙ୍କାର ବ୍ୟୟ ମଞ୍ଜୁର କରାଯାଇଛି। ଦୁଇଦିନିଆ ଅନ୍ତର୍ଜାତୀୟ ମିଲେଟ୍ସ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍‌’। ସମ୍ମିଳନୀରେ ମିଲେଟ୍ସ ଚାଷ, ପ୍ରକ୍ରିୟାକରଣରେ କୃଷକଙ୍କ ସମ୍ପୃକ୍ତିରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ସମେତ ବୈଷିୟକ ଅଧିବେଶନ, ନୀତି ନିର୍ଦ୍ଧାରଣ ନିମନ୍ତେ ରାଉଣ୍ଡଟେବୁଲ୍‌ ବୈଠକ, ବି-ଟୁ-ବି ବୈଠକ, ଅନ୍ତର୍ଜାତୀୟ ଖାଦ୍ୟ ମେଳା, କୁଇଜ୍‌ ପ୍ରତିଯୋଗିତା, ରନ୍ଧନ ପ୍ରତିଯୋଗିତା ଆଦି କାର୍ଯ୍ୟକ୍ରମ ଆୟୋଜିତ ହେବ।ମିଳିତ ଜାତିସଂଘର ବିଭିନ୍ନ ସଂସ୍ଥା ଯଥା-ଖାଦ୍ୟ ଏବଂ କୃଷି ସଂଗଠନ (ଏଫ୍‌ଏଓ), ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍‌ପି), ଇଣ୍ଟରନ୍ୟାସ୍‌ନାଲ୍‌ ଫଣ୍ଡ ଫର ଏଗ୍ରିକଲଚରାଲ୍‌ ଡେଭଲପ୍‌ମେଣ୍ଟ (ଆଇଏଫ୍‌ଏଡି), ଦକ୍ଷିଣ-ପୂର୍ବ ଏସିଆ ଏବଂ ମଧ୍ୟପ୍ରାଚ୍ୟ ଦେଶର କୃଷି ପରାମର୍ଶଦାତା, ଆଫ୍ରିକୀୟ ଦେଶ ଓ ୟୁରୋପୀୟ ଦେଶର କୃଷି ପରାମର୍ଶଦାତା, ଭାରତରେ ଅବସ୍ଥାପିତ ବିଭିନ୍ନ ଦେଶର ଦୂତାବାସର କର୍ମକର୍ତ୍ତା, ବିଭିନ୍ନ ରାଜ୍ୟର କୃଷି ସଚିବଙ୍କ ସମେତ ଅନେକ ପ୍ରତିନିଧିମାନେ ଏହି ସମ୍ମିଳନୀରେ ଯୋଗଦେବେ। ଏହି ଅବସରରେ ୩୧ଟି ବୈଷୟିକ ଓ ଅଣବୈଷୟିକ ଅଧିବେଶନର ଆୟୋଜନ କରାଯିବ। ନଭେମ୍ବର ୯ ତାରିଖ ସନ୍ଧ୍ୟାରେ ତିନିଥର ଗ୍ରାମୀ ପୁରସ୍କାର ବିଜେତା ରିକି କେଜ୍‌ଙ୍କ ଦ୍ୱାରା ଜଳବାୟୁ ପରିବର୍ତ୍ତନ ଏବଂ ମିଲେଟସ୍‌ ଉପରେ ଆଧାରିତ ସଂଗୀତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଖ୍ୟାତନାମା ସେଫ୍‌ ବିକାଶ ଖାନ୍ନା ସମ୍ମିଳନୀରେ ଯୋଗଦେବା ପାଇଁ ସମ୍ମତି ପ୍ରଦାନ କରିଛନ୍ତି। ଏହି ସମ୍ମିଳନୀରେ ପ୍ରାୟ ୩୦୦ ବିଦେଶୀ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମ୍ମିଳନୀର ସମସ୍ତ ଅଧିବେଶନରେ ଏକ କିମ୍ବା ଏକାଧିକ ମହିଳା ବକ୍ତାଙ୍କୁ ସାମିଲ କରାଯିବାକୁ ସୁନିଶ୍ଚିତ କରିବା ନିମନ୍ତେ ପଦକ୍ଷେପ ନିଆଯାଇଛି। ଅନ୍ତର୍ଜାତୀୟ ସମ୍ମିଳନୀକୁ ଭିନ୍ନକ୍ଷମଙ୍କ ନିମନ୍ତେ ଅନୁକୂଳ କରିବା ଉପରେ ବିଶେଷ ଧ୍ୟାନ ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!